Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ଵ ଏବେ ଅନନ୍ତକାଳସ୍ଥାୟୀ କରିଥାʼନ୍ତେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୂର୍ଖର କର୍ମ କରିଅଛ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଆଜ୍ଞା ଦେଇଥିଲେ, ତାହା ତୁମ୍ଭେ ପାଳନ କଲ ନାହିଁ; କରିଥିଲେ ସଦାପ୍ରଭୁ ଇସ୍ରାଏଲ ଉପରେ ତୁମ୍ଭର ରାଜତ୍ୱ ଏବେ ଅନନ୍ତକାଳସ୍ଥାୟୀ କରିଥାଆନ୍ତେ।

Gade chapit la Kopi

ପବିତ୍ର ବାଇବଲ

13 ଶାମୁୟେଲ କହିଲେ, “ତୁମ୍ଭେ ନିର୍ବୋଧ କାର୍ଯ୍ୟ କରିଛ। ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ମାନିଲ ନାହିଁ। ଯଦି ତୁମ୍ଭେ ପରମେଶ୍ୱରଙ୍କ ଆଦେଶ ମାନି କାର୍ଯ୍ୟ କରିଥା’ନ୍ତ ତେବେ ପରମେଶ୍ୱର ତୁମ୍ଭ ବଂଶକୁ ଅନନ୍ତକାଳ ପାଇଁ ଇସ୍ରାଏଲର ଶାସନଭାର ସମ୍ପାଦନ କରିବାକୁ ଦେଇଥା’ନ୍ତେ।

Gade chapit la Kopi




1 ଶାମୁୟେଲ 13:13
23 Referans Kwoze  

ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।


କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


“ଆମ୍ଭେ ଯେ ଶାଉଲକୁ ରାଜା କଲୁ, ଏଥିପାଇଁ ଆମ୍ଭେ ଦୁଃଖିତ; କାରଣ ସେ ଆମ୍ଭଠାରୁ ବିମୁଖ ହୋଇଅଛି ଓ ଆମ୍ଭର ବାକ୍ୟ ସଫଳ କରି ନାହିଁ।” ଏଥିରେ ଶାମୁୟେଲ କ୍ରୁଦ୍ଧ ହେଲେ, ତଥାପି ସମସ୍ତ ରାତ୍ରି ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।


ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।


ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


ରାଜାକୁ, ‘ତୁମ୍ଭେ ଅଧମ;’ ଅବା ଅଧିପତିମାନଙ୍କୁ, ‘ତୁମ୍ଭେମାନେ ଦୁଷ୍ଟ’ ବୋଲି କହିବାର କି ଉପଯୁକ୍ତ?


ପୁଣି ହନାନିର ପୁତ୍ର ଯେହୂ ଦର୍ଶକ ତାଙ୍କୁ ଭେଟିବାକୁ ବାହାରକୁ ଯାଇ ଯିହୋଶାଫଟ୍‍ ରାଜାଙ୍କୁ କହିଲା, “ଦୁଷ୍ଟମାନଙ୍କର ସାହାଯ୍ୟ କରିବା, ପୁଣି ଯେଉଁମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି, ସେମାନଙ୍କୁ ପ୍ରେମ କରିବା କି ତୁମ୍ଭର କର୍ତ୍ତବ୍ୟ? ଏହି କାର୍ଯ୍ୟ ହେତୁ ସଦାପ୍ରଭୁଙ୍କଠାରୁ ତୁମ୍ଭ ଉପରେ କୋପ ଉପସ୍ଥିତ।


ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”


ଏଥିପାଇଁ ମୁଁ କହିଲି, ‘ପଲେଷ୍ଟୀୟମାନେ ଏହିକ୍ଷଣି ମୋʼ ବିରୁଦ୍ଧରେ ଗିଲ୍‍ଗଲ୍‍କୁ ଓହ୍ଲାଇ ଆସିବେ, ମାତ୍ର ମୁଁ ସଦାପ୍ରଭୁଙ୍କର ଅନୁଗ୍ରହ ମାଗି ନାହିଁ।’ ଏନିମନ୍ତେ ମୁଁ ସାହସ ବାନ୍ଧି ହୋମବଳି ଉତ୍ସର୍ଗ କଲି।”


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।


ସେତେବେଳେ ସେ ଯଦି ଆମ୍ଭର ରବ ନ ମାନି ଆମ୍ଭ ଦୃଷ୍ଟିରେ ଦୁଷ୍କର୍ମ କରେ, ତେବେ ଆମ୍ଭେ ତାହା ପ୍ରତି ଯେଉଁ ମଙ୍ଗଳ କରିବାର କଥା କହିଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା।


ତୁମ୍ଭେ ମୋହର ପୁତ୍ରକନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।


ଏଥିରେ ଶାଉଲ କହିଲେ, “ମୁଁ ପାପ କଲି; ହେ ମୋହର ପୁତ୍ର ଦାଉଦ, ଫେରି ଆସ; ମୁଁ ତୁମ୍ଭକୁ ଆଉ ହିଂସା କରିବି ନାହିଁ, କାରଣ ଆଜି ମୋହର ପ୍ରାଣ ତୁମ୍ଭ ଦୃଷ୍ଟିରେ ବହୁମୂଲ୍ୟ ହେଲା; ଦେଖ, ମୁଁ ମୂର୍ଖତାର କର୍ମ କରିଅଛି ଓ ଅତିଶୟ ଭ୍ରାନ୍ତ ହୋଇଅଛି।”


ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।


Swiv nou:

Piblisite


Piblisite