Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ଏବେ ତୁମ୍ଭର ରାଜତ୍ଵ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ଵେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ମାତ୍ର ଏବେ ତୁମ୍ଭ ରାଜ୍ୟ ଆଗକୁ ଯିବ ନାହିଁ, ପରମେଶ୍ୱର ଏଭଳି ଲୋକ ଗ୍ଭହାନ୍ତି ଯିଏ ତାଙ୍କ ଆଜ୍ଞା ପାଳନ କରୁଥିବ। ପରମେଶ୍ୱର ସେହି ବ୍ୟକ୍ତିକୁ ବାଛିଛନ୍ତି ଯିଏ କି ତାଙ୍କର ଲୋକମାନଙ୍କର ନୂଆ ନେତା ନିର୍ବାଚିତ ହେବେ। ତୁମ୍ଭେ ସଦାପ୍ରଭୁଙ୍କ ଆଦେଶ ଅବମାନନା କରିଥିବାରୁ ସଦାପ୍ରଭୁ ନୂଆ ରାଜା ବାଛିଛନ୍ତି।”

Gade chapit la Kopi




1 ଶାମୁୟେଲ 13:14
21 Referans Kwoze  

ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ।


ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଦାଉଦ ଈଶ୍ବରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ବରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ।


ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍‍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, “ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।”


ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।


ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


“କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।


କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।


ଯେହେତୁ ବିଦ୍ରୋହ ମନ୍ତ୍ର ପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରିଯିବି ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କରିଅଛନ୍ତି।”


ଏବେ ଦେଖ, ମୁଁ ଜାଣେ, ତୁମ୍ଭେ ଅବଶ୍ୟ ରାଜା ହେବ ଓ ତୁମ୍ଭ ହସ୍ତରେ ଇସ୍ରାଏଲର ରାଜ୍ୟ ସ୍ଥିର ହେବ।


ସଦାପ୍ରଭୁ ଆପଣଙ୍କ ବିଷୟରେ ଯେସମସ୍ତ ମଙ୍ଗଳ କଥା କହିଅଛନ୍ତି, ତାହା ଯେତେବେଳେ ସେ ମୋର ପ୍ରଭୁଙ୍କ ପ୍ରତି ସଫଳ କରି ଆପଣଙ୍କୁ ଇସ୍ରାଏଲର ଅଗ୍ରଣୀ ରୂପେ ନିଯୁକ୍ତ କରିବେ,


ଏଥିରେ ଦାଉଦ ମୀଖଲକୁ କହିଲେ, “ତାହା ତ ସଦାପ୍ରଭୁଙ୍କ ସମ୍ମୁଖରେ ହେଲା, ସେ ତ ତୁମ୍ଭ ପିତା ଓ ତାଙ୍କର ସମସ୍ତ ବଂଶ ଅପେକ୍ଷା ସଦାପ୍ରଭୁଙ୍କ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ରୂପେ ନିଯୁକ୍ତ କରିବାକୁ ମୋତେ ମନୋନୀତ କରିଅଛନ୍ତି; ଏହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆମୋଦ କରିବି।


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।


କାରଣ ସମ୍ପତ୍ତି ଅନନ୍ତକାଳସ୍ଥାୟୀ ନୁହେଁ ଓ ମୁକୁଟ କʼଣ ପୁରୁଷାନୁକ୍ରମରେ ଥାଏ?


Swiv nou:

Piblisite


Piblisite