Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ।

Gade chapit la Kopi

ଓଡିଆ ବାଇବେଲ

3 ଆଉ ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣିଲେ। ସେତେବେଳେ ଶାଉଲ ଦେଶର ସର୍ବତ୍ର ତୂରୀ ବଜାଇ କହିଲେ, ଏବ୍ରୀୟ ଲୋକମାନେ ଶୁଣନ୍ତୁ।

Gade chapit la Kopi

ପବିତ୍ର ବାଇବଲ

3 ଯୋନାଥନ ଗେବାସ୍ଥିତ ପଲେଷ୍ଟୀୟ ପ୍ରହରୀ ସୈନ୍ୟଦଳକୁ ସଂହାର କରନ୍ତେ, ପଲେଷ୍ଟୀୟମାନେ ତାହା ଶୁଣି କହିଲେ, “ଏବ୍ରୀୟ ଲୋକମାନେ ବିଦ୍ରୋହ କରିଛନ୍ତି।” ଶାଉଲ କହିଲେ, “ଏବ୍ରୀୟ ଲୋକମାନେ ଶୁଣନ୍ତୁ” ଏହା ତୂରୀ ବଜାଇ ସର୍ବତ୍ର କହି ପଠାଇଲେ।

Gade chapit la Kopi




1 ଶାମୁୟେଲ 13:3
12 Referans Kwoze  

ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;


ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।


ମାତ୍ର ସଦାପ୍ରଭୁଙ୍କ ଆତ୍ମା ଗିଦିୟୋନ୍‍ଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ତୂରୀ ବଜାଇଲେ; ତହିଁରେ ଅବୀୟେଷ୍ରୀୟ (ବଂଶ) ତାଙ୍କ ପଛେ ଏକତ୍ର ହେଲେ।


ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍‍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍‍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।


ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।


ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।


ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”


ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।


ପୁଣି, ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସେମାନଙ୍କ ନିକଟରେ ବର୍ତ୍ତମାନ ଥିବା ଲୋକମାନେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗେବାରେ ରହିଲେ; ମାତ୍ର ପଲେଷ୍ଟୀୟମାନେ ମିକ୍‍ମସ୍‍ରେ ଛାଉଣି ସ୍ଥାପନ କଲେ।


ପୁଣି ବିନ୍ୟାମୀନ୍ ବଂଶରୁ ଗିବୀୟୋନ୍‍ ଓ ତହିଁ ତଳିଭୂମି, ଗେବା ଓ ତହିଁ ତଳିଭୂମି,


କଫରମ୍ମୋନି ଓ ଅଫନି ଓ ଗେବା; ଗ୍ରାମ ସମେତ ବାର ନଗର।


Swiv nou:

Piblisite


Piblisite