Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ଵରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍ଗଲ୍ରେ ଏକତ୍ର ହେଲେ।

Gade chapit la Kopi

ଓଡିଆ ବାଇବେଲ

4 ତହୁଁ ଶାଉଲ ଯେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳକୁ ସଂହାର କରିଅଛନ୍ତି ଓ ମଧ୍ୟ ଇସ୍ରାଏଲ ଯେ ପଲେଷ୍ଟୀୟମାନଙ୍କ ନିକଟରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହା ସମୁଦାୟ ଇସ୍ରାଏଲ ଶୁଣିଲେ। ଏଣୁ ଲୋକମାନେ ଶାଉଲଙ୍କ ପାଖରେ ଗିଲ୍‍ଗଲ୍‍ରେ ଏକତ୍ର ହେଲେ।

Gade chapit la Kopi

ପବିତ୍ର ବାଇବଲ

4 ସମସ୍ତ ଇସ୍ରାଏଲୀୟ ଏ ସମ୍ବାଦ ଶୁଣିଲେ। ସେମାନେ କହିଲେ, “ଶାଉଲ ପଲେଷ୍ଟୀୟ ନେତାଙ୍କୁ ହତ୍ୟା କରିଛନ୍ତି। ବର୍ତ୍ତମାନ ପଲେଷ୍ଟୀୟମାନେ ପ୍ରକୃତରେ ଇସ୍ରାଏଲୀୟମାନଙ୍କୁ ଘୃଣା କରନ୍ତି।” ଇସ୍ରାଏଲୀୟମାନେ ଶାଉଲଙ୍କ ସହ ଗି‌ଲ୍‌ଗ‌ଲ୍‌ରେ ଏକତ୍ରିତ ହେବାକୁ ଡକା ହେଲେ।

Gade chapit la Kopi




1 ଶାମୁୟେଲ 13:4
9 Referans Kwoze  

ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍‍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”


ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”


ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା।


ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”


ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ;” ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍‍ଗଲ୍‍ ରହିଲା।


ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”


ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।


ଏହେତୁ ଆଖୀଶ୍‍ ଦାଉଦଙ୍କୁ ବିଶ୍ୱାସ କରି କହିଲା, “ସେ ଆପଣା ଲୋକ ଇସ୍ରାଏଲ ନିକଟରେ ଆପଣାକୁ ନିତାନ୍ତ ଦୁର୍ଗନ୍ଧ ସ୍ୱରୂପ କରିଅଛି; ଏଣୁ ସେ ସର୍ବଦା ମୋହର ଦାସ ହୋଇ ରହିବ।”


Swiv nou:

Piblisite


Piblisite