Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

13 ଏଥିରେ ଯୋନାଥନ ଆପଣା ହାତ ଓ ଗୋଡ଼ ଦେଇ ଉପରକୁ ଉଠି ଗଲା ଓ ତାହାର ଅସ୍ତ୍ରବାହକ ତାହା ପଛେ ପଛେ ଗଲା; ତହିଁରେ ସେହି ଲୋକମାନେ ଯୋନାଥନର ଆଗେ ଆଗେ ପତିତ ହେଲେ, ପୁଣି, ତାହାର ଅସ୍ତ୍ରବାହକ ତାହାର ପଛେ ପଛେ ବଧ କରିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ

13-14 ଏଥିରେ ଯୋନାଥନ ନିଜର ହାତ ଓ ଗୋଡ଼ ଦେଇ ଉପରକୁ ଉଠିଗଲେ ଓ ତାହାର ସାହାଯ୍ୟକାରୀ ତାଙ୍କ ପଛେ ପଛେ ଗଲା। ସେମାନେ ସେହି ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ, ଯୋନାଥନ ଆକ୍ରମଣ କଲେ ଓ ଯେଉଁମାନେ ଆଗରେ ଥିଲେ ସେମାନଙ୍କୁ ହତ୍ୟା କଲେ ଏବଂ ତାଙ୍କର ସାହାଯ୍ୟକାରୀ ପଛରେ ଯୋନାଥନଙ୍କ ଦ୍ୱାରା ଆହତ ହୋଇଥିବା ଲୋକମାନଙ୍କୁ ହତ୍ୟା କଲା। ଅଧା ଏକର ଜମିରେ ଯୋନାଥନ ଏବଂ ତାଙ୍କର ସାହାଯ୍ୟକାରୀ ପ୍ରଥମେ ଆକ୍ରମଣ ସମୟରେ କୋଡ଼ିଏ ଜଣଙ୍କୁ ହତ୍ୟା କଲେ।

Gade chapit la Kopi




1 ଶାମୁୟେଲ 14:13
10 Referans Kwoze  

ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


କାରଣ ତୁମ୍ଭ ଦ୍ୱାରା ମୁଁ ସୈନ୍ୟଦଳ ଉପରେ ଦୌଡ଼େ ଓ ମୋʼ ପରମେଶ୍ୱରଙ୍କ ଦ୍ୱାରା ମୁଁ ପ୍ରାଚୀର ଡିଏଁ।


ତୁମ୍ଭମାନଙ୍କର ଏକ ଲୋକ ସହସ୍ର ଲୋକଙ୍କୁ ଘଉଡ଼ାଇ ଦେବ, କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେରୂପ କହିଅଛନ୍ତି, ତଦନୁସାରେ ସେ ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।


ତେଣୁ ସେ ଶୀଘ୍ର ଆପଣା ଅସ୍ତ୍ରବାହକ ଯୁବାକୁ ଡାକି ତାହାକୁ କହିଲା, “ତୁମ୍ଭ ଖଡ୍ଗ ବାହାର କରି ମୋତେ ବଧ କର, ଯେପରି ଲୋକମାନେ ଆମ୍ଭ ବିଷୟରେ ନ କହିବେ ଯେ, ‘ଜଣେ ସ୍ତ୍ରୀ ତାହାକୁ ବଧ କଲା।’” ତହିଁରେ ତାହାର ଯୁବା ଲୋକ ତାହାକୁ ଭୁସି ଦିଅନ୍ତେ, ସେ ମଲା।


ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”


ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।


Swiv nou:

Piblisite


Piblisite