Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ-ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀ ଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।

Gade chapit la Kopi

ଓଡିଆ ବାଇବେଲ

15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ସମସ୍ତ ପଲେଷ୍ଟୀୟ ସୈନ୍ୟମାନେ ଯେଉଁମାନେ ସେହି କ୍ଷେତ୍ରରେ ଥିଲେ, ଯେଉଁମାନେ ଛାଉଁଣିରେ ଥିଲେ, ଯେଉଁମାନେ ଦୁର୍ଗରେ ଥିଲେ, ଭୟଭୀତ ହେଲେ। ଏପରିକି ସବୁଠାରୁ ସାହସୀ ସୈନ୍ୟମାନେ ମଧ୍ୟ ଭୟ କଲେ। ଯେପରି ସେଠାରେ ଭୂମିକମ୍ପ ହେଲା ଏହି ବିଭୀଷିକା ପରମେଶ୍ୱର ପଠାଇଥିଲେ।

Gade chapit la Kopi




1 ଶାମୁୟେଲ 14:15
18 Referans Kwoze  

ଏଉତ୍ତାରେ ପଲେଷ୍ଟୀୟମାନଙ୍କ ଛାଉଣିରୁ ତିନି ଦଳ ବିନାଶକ ଲୋକ ଆସିଲେ; ଏକ ଦଳ ଅଫ୍ରା ପଥରେ ଗମନ କରି ଶୂୟାଲ ପ୍ରଦେଶକୁ ଗଲେ;


ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।


ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟିର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।


ତହିଁରେ ରାଜାର ମୁଖ ବିବର୍ଣ୍ଣ ହେଲା ଓ ତାହାର ଭାବନା ତାହାକୁ ଉଦ୍‍ବିଗ୍ନ କଲା; ପୁଣି, ତାହାର କଟିଦେଶରେ ସନ୍ଧିସ୍ଥାନସବୁ ହୁଗୁଳା ହୋଇଗଲା ଓ ତାହାର ଆଣ୍ଠୁରେ ଆଣ୍ଠୁ ବାଜିଲା।


ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।


ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।


ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍‍ମସ୍‍ ଘାଟିକୁ ଗଲେ।


ପୁଣି ସେମାନେ ପ୍ରତ୍ୟେକ ଛାଉଣି ଚାରିଆଡ଼େ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ; ତହିଁରେ ସୈନ୍ୟଦଳ ଦଉଡ଼ାଦଉଡ଼ି କଲେ; ତେବେ ଇସ୍ରାଏଲୀୟ ଲୋକମାନେ ଜୟଧ୍ୱନି କରି ସେମାନଙ୍କୁ ପଳାୟନ କରାଇଲେ।


“ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।


ପୁଣି, ଅନ୍ୟ ଏକ ଦଳ ବେଥ୍-ହୋରଣ ପଥ ଆଡ଼େ ଫେରିଲେ; ଆଉ ଅନ୍ୟ ଏକ ଦଳ ପ୍ରାନ୍ତର ଆଡ଼େ ସିବୋୟିମ ଉପତ୍ୟକାର ଅଭିମୁଖସ୍ଥ ଅଞ୍ଚଳର ପଥ ଦେଇ ଗମନ କଲେ।


ଯୋନାଥନ ଓ ତାହାର ଅସ୍ତ୍ରବାହକର କୃତ ଏହି ପ୍ରଥମ ହତ୍ୟାରେ ପ୍ରାୟ ଅର୍ଦ୍ଧ ଏକର ଭୂମିରେ ଊଣାଧିକ କୋଡ଼ିଏ ଜଣ ହତ ହେଲେ।


ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।


Swiv nou:

Piblisite


Piblisite