Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଅଛି ଓ ମହା କୋଳାହଳ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକି ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ଼୍‍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

20 ତହୁଁ ଶାଉଲ ଓ ତାଙ୍କର ସଙ୍ଗୀ ସମସ୍ତ ଲୋକ ଏକତ୍ର ହୋଇ ଯୁଦ୍ଧଭୂମିକୁ ଗଲେ; ସେତେବେଳେ ଦେଖ, ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ବିରୁଦ୍ଧରେ ଉଠୁଛି ଓ ମହାକୋଳାହଳ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

20 ଶାଉଲ ସୈନ୍ୟମାନଙ୍କୁ ଏକତ୍ରିତ କରି ସେମାନଙ୍କୁ ଯୁଦ୍ଧଭୂମିକୁ ପଠାଇଲେ। ପଲେଷ୍ଟୀୟ ସୈନ୍ୟମାନେ ଏମିତି ଦ୍ୱନ୍ଦରେ ପଡ଼ିଗଲେ ଯେ, ଏପରିକି ସେମାନେ ନିଜ ନିଜ ‌‌ଖ‌ଡ଼୍‌ଗ ଆପଣା ସାଥୀ ସୈନ୍ୟ ବିରୁଦ୍ଧରେ ଉଠାଉଥିଲେ।

Gade chapit la Kopi




1 ଶାମୁୟେଲ 14:20
8 Referans Kwoze  

କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।


ପୁଣି ସେମାନେ ସେହି ତିନି ଶହ ତୂରୀ ବଜାନ୍ତେ, ସଦାପ୍ରଭୁ ପ୍ରତ୍ୟେକ ଲୋକର ଖଡ୍ଗ ଆପଣା ସଙ୍ଗୀ ଓ ସମୁଦାୟ ସୈନ୍ୟଦଳ ବିରୁଦ୍ଧରେ ଚଳାଇଲେ; ତହିଁରେ ସୈନ୍ୟଦଳ ସରୋଦା ଆଡ଼େ ବେଥ୍-ଶିଟା ପର୍ଯ୍ୟନ୍ତ, ଟବ୍ବତ ନିକଟସ୍ଥ ଆବେଲ୍‍-ମହୋଲାର ସୀମା ପର୍ଯ୍ୟନ୍ତ ପଳାୟନ କଲେ।


ପୁଣି, ଆମ୍ଭେ ମିସରୀୟମାନଙ୍କୁ ମିସରୀୟମାନଙ୍କ ପ୍ରତିକୂଳରେ ଉତ୍ତେଜିତ କରିବା; ତହିଁରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଭାଇର ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ବିରୁଦ୍ଧରେ ଯୁଦ୍ଧ କରିବେ; ନଗର ନଗର ବିରୁଦ୍ଧରେ, ରାଜ୍ୟ ରାଜ୍ୟ ବିରୁଦ୍ଧରେ, ଯୁଦ୍ଧ କରିବେ।


ସେତେବେଳେ ବିନ୍ୟାମୀନ୍ ପ୍ରଦେଶସ୍ଥ ଗିବୀୟାରେ ଶାଉଲଙ୍କର ପ୍ରହରୀମାନେ ଅନାଇଲେ; ଆଉ ଦେଖ, ଲୋକଗହଳ ଭାଙ୍ଗିଯାଇ ଏଆଡ଼େ ସେଆଡ଼େ ଯାଉଅଛନ୍ତି।


ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।


“କାଲି ପ୍ରାୟ ଏହି ସମୟରେ ଆମ୍ଭେ ବିନ୍ୟାମୀନ୍ ପ୍ରଦେଶରୁ ତୁମ୍ଭ ନିକଟକୁ ଜଣେ ଲୋକ ପଠାଇବା, ଆଉ ତୁମ୍ଭେ ତାହାକୁ ଆମ୍ଭ ଇସ୍ରାଏଲ ଲୋକଙ୍କ ଉପରେ ରାଜା କରି ଅଭିଷିକ୍ତ କରିବ ଓ ସେ ଆମ୍ଭ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଉଦ୍ଧାର କରିବ; କାରଣ ଆମ୍ଭ ଲୋକମାନଙ୍କ କ୍ରନ୍ଦନ ଆମ୍ଭ କର୍ଣ୍ଣଗୋଚର ହେବାରୁ ଆମ୍ଭେ ସେମାନଙ୍କ ପ୍ରତି ଦୃଷ୍ଟିପାତ କଲୁ।”


ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।


Swiv nou:

Piblisite


Piblisite