Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ଵାଦନ କଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

24 ପୁଣି, ସେହିଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ। ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

24 କିନ୍ତୁ ଶାଉଲ ସେଦିନ ପୁଣି ଏକ ଭୁଲ୍ କଲେ। ଯେତେବେଳେ ସୈନ୍ୟମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ହେଲେ, ଶାଉଲ ସେମାନଙ୍କୁ, “ଯଦି କୌଣସି ଲୋକ ସନ୍ଧ୍ୟା ପୂର୍ବରୁ କିମ୍ବା ଶତ୍ରୁ ବିନାଶ କରିବା ପୂର୍ବରୁ ଖାଦ୍ୟ ଗ୍ରହଣ କରେ, ତେବେ ସେ ଦଣ୍ତିତ ହେବ।” ସେ ସେମାନଙ୍କୁ ଏହି ପ୍ରତିଜ୍ଞା କରିବା ପାଇଁ ବାଧ୍ୟ କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟଗଣ କିଛି ଖାଦ୍ୟ ଗ୍ରହଣ କଲେ ନାହିଁ।

Gade chapit la Kopi




1 ଶାମୁୟେଲ 14:24
19 Referans Kwoze  

ସେସମୟରେ ଯିହୋଶୂୟ ସେମାନଙ୍କୁ ଶପଥ କରାଇ କହିଲେ, ଯେକେହି ଉଠି ପୁନର୍ବାର ଏହି ଯିରୀହୋ ନଗର ନିର୍ମାଣ କରେ, ସେ ସଦାପ୍ରଭୁଙ୍କ ସାକ୍ଷାତରେ ଶାପଗ୍ରସ୍ତ ହେଉ; “ସେ ଆପଣା ଜ୍ୟେଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଭିତ୍ତିମୂଳ ସ୍ଥାପନ କରିବ ଓ ଆପଣା କନିଷ୍ଠ ପୁତ୍ରର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କରିବ।”


କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ।


ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।


ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ।


ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋହର ବଶୀଭୂତ କରନ୍ତି।


“ଇସ୍ରାଏଲ ମଧ୍ୟରେ ଅଗ୍ରଗାମୀମାନେ ଅଗ୍ରସର ହେଲେ, ଲୋକମାନେ ସ୍ୱେଚ୍ଛାରେ ଆପଣା ଆପଣାକୁ ଉତ୍ସର୍ଗ କଲେ, ଏଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର!


ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।


ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”


ମନୁଷ୍ୟମାନଙ୍କ ମଧ୍ୟରେ ଯେ ଦଣ୍ଡିତ ହେବା ନିମନ୍ତେ ଉତ୍ସର୍ଗିତ ହେବ, ଏପରି ଉତ୍ସର୍ଗିତ କେହି ମୁକ୍ତ କରାଯିବ ନାହିଁ; ସେ ନିତାନ୍ତ ହତ ହେବ।


ତେବେ ସଦାପ୍ରଭୁ ତୁମ୍ଭର ଊରୁ ଅବଶ କରାଇ ଓ ତୁମ୍ଭର ଉଦର ଫୁଲାଇ ତୁମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭଙ୍କୁ ଶପଥ ଓ ରାଣର ଫଳ ଭୋଗ କରାଉନ୍ତୁ;


ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।


କାରଣ ଯେ ଇସ୍ରାଏଲକୁ ଉଦ୍ଧାର କରନ୍ତି, ମୁଁ ସେହି ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ଯେବେ ସେ ପାପ ମୋହର ପୁତ୍ର ଯୋନାଥନଠାରେ ଥାଏ, ତେବେ ସେ ନିତାନ୍ତ ମରିବ।” ମାତ୍ର ସମୁଦାୟ ଲୋକଙ୍କ ମଧ୍ୟରୁ କେହି ତାଙ୍କୁ ଉତ୍ତର ଦେଲା ନାହିଁ।


ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।


ଅଥବା କେହି ଯଦି ମନ୍ଦ କରିବାକୁ କି ଭଲ କରିବାକୁ ବିଚାରହୀନତା ପୂର୍ବକ ଶପଥ କରେ, ମନୁଷ୍ୟ ଯେକୌଣସି ବିଷୟରେ ଶପଥପୂର୍ବକ ବିଚାରହୀନତା କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ; ତେବେ ସେ ତାହା ଜ୍ଞାତ ହେଲେ, ଉକ୍ତ କୌଣସି ଏକ ବିଷୟରେ ଦୋଷୀ ହେବ।


Swiv nou:

Piblisite


Piblisite