Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ଦେଶଯାକ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ସମସ୍ତ ଲୋକମାନେ ବନକୁ ଆସିଲେ; ମୃତ୍ତିକା ଉପରେ ମହୁ ଥିଲା।

Gade chapit la Kopi

ପବିତ୍ର ବାଇବଲ

25-26 ଯୁଦ୍ଧ ହେତୁ ଲୋକମାନେ ବଣକୁ ଆସିଲେ। ସେମାନେ ମୃତ୍ତିକା ଉପରେ ମହୁଫେଣା ଥିବାର ଦେଖିଲେ। ସେମାନେ ମହୁଫେଣା ପାଖକୁ ଗଲେ କିନ୍ତୁ ଖାଇଲେ ନାହିଁ। ସେମାନେ ସେମାନଙ୍କର ପ୍ରତିଜ୍ଞା ଭାଙ୍ଗିଯିବାରେ ଭୟଥିଲା

Gade chapit la Kopi




1 ଶାମୁୟେଲ 14:25
8 Referans Kwoze  

କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ‘ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।’


ପୁଣି, ସେମାନେ ବର୍ଣ୍ଣନା କରି ତାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯେଉଁ ଦେଶକୁ ପଠାଇଥିଲ, ଆମ୍ଭେମାନେ ସେଠାକୁ ଯାଇଥିଲୁ; ଆଉ ତାହା ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ ଓ ଏହା ତହିଁର ଫଳ।


ଏହେତୁ ମିସରୀୟ ଲୋକମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କରିବାକୁ, ପୁଣି, ସେହି ଦେଶରୁ ଉତ୍ତମ ଓ ପ୍ରଶସ୍ତ ଏକ ଦେଶକୁ; ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ଇମୋରୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ଥାʼନ୍ତି, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବାକୁ ଓହ୍ଲାଇ ଆସିଲୁ।


ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍‍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।


ଆଉ ଲୋକମାନେ ବନରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ମହୁର ଝରଣା; ମାତ୍ର କେହି ଆପଣା ମୁହଁକୁ ହାତ ନେଲା ନାହିଁ; କାରଣ ଲୋକମାନେ ସେହି ଶପଥକୁ ଭୟ କଲେ।


ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।


ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।


Swiv nou:

Piblisite


Piblisite