Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଏଉତ୍ତାରେ ଶାଉଲ କହିଲେ, “ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ।” ତହିଁରେ ସେମାନେ କହିଲେ, “ତୁମ୍ଭ ଦୃଷ୍ଟିରେ ଯାହା ଭଲ,” ତାହାସବୁ କର। ତେବେ ଯାଜକ କହିଲା, “ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଏଉତ୍ତାରେ ଶାଉଲ କହିଲେ, ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକୀ ନ ରଖୁ। ତହିଁରେ ସେମାନେ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା ସବୁ କର। ତେବେ ଯାଜକ କହିଲା, ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ଵରଙ୍କ ନିକଟରେ ଉପସ୍ଥିତ ହେଉ।

Gade chapit la Kopi

ଓଡିଆ ବାଇବେଲ

36 ଏଉତ୍ତାରେ ଶାଉଲ କହିଲେ, ଆସ, ଆମ୍ଭେମାନେ ରାତ୍ରି ବେଳେ ପଲେଷ୍ଟୀୟମାନଙ୍କ ପଛେ ପଛେ ଯାଇ ସକାଳ ଆଲୁଅ ପର୍ଯ୍ୟନ୍ତ ସେମାନଙ୍କ ଦ୍ରବ୍ୟ ଲୁଟୁ ଓ ସେମାନଙ୍କର ଜଣକୁ ହିଁ ବାକି ନ ରଖୁ। ତହିଁରେ ସେମାନେ କହିଲେ, ତୁମ୍ଭ ଦୃଷ୍ଟିରେ ଯାହା ଭଲ, ତାହା ସବୁ କର। ତେବେ ଯାଜକ କହିଲା, ଆସ, ଆମ୍ଭେମାନେ ଏହି ସ୍ଥାନରେ ପରମେଶ୍ୱରଙ୍କ ନିକଟରେ ଉପସ୍ଥିତ ହେଉ।

Gade chapit la Kopi

ପବିତ୍ର ବାଇବଲ

36 ଶାଉଲ କହିଲେ, “ଗ୍ଭଲ! ଆଜି ରାତ୍ରିରେ ପଲେଷ୍ଟୀୟମାନଙ୍କ ପଛରେ ଯିବା। ଆମ୍ଭେ ତାଙ୍କର ସର୍ବସ୍ୱ ଲୁଣ୍ଠନ କରିବା, ସେମାନଙ୍କୁ ହତ୍ୟା କରିବା।” ସୈନ୍ୟମାନେ କହିଲେ, “ଆପଣ ଯାହା ଉଚିଚ ଭାବୁଛନ୍ତି ତାହା ହିଁ କରନ୍ତୁ।” କିନ୍ତୁ ପୂଜକ କହିଲେ, “ଆପଣ ଏଥିପାଇଁ ପରମେଶ୍ୱରଙ୍କ ଅନୁମତି ଲୋଡ଼ନ୍ତୁ।”

Gade chapit la Kopi




1 ଶାମୁୟେଲ 14:36
14 Referans Kwoze  

ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


“ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।”


ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।


ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।


ମଧ୍ୟ ଯେଉଁ ଏଲି ଶୀଲୋରେ ସଦାପ୍ରଭୁଙ୍କ ଯାଜକ ଥିଲେ, ତାଙ୍କ ପ୍ରପୌତ୍ର, ପୀନହସ୍‍ର ପୌତ୍ର, ଐକାବୋଦର ଭ୍ରାତା ଅହୀଟୂବ୍‍ର ପୁତ୍ର ଅହୀୟ ଏଫୋଦ ପିନ୍ଧି ସେଠାରେ ଥିଲା। ଆଉ ଯୋନାଥନ ଯେ ବାହାର ହୋଇ ଯାଇଅଛି, ଏ କଥା ଲୋକମାନେ ଜାଣି ନ ଥିଲେ।


ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ।


ଆଉ ଇସ୍ରାଏଲ-ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।


ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”


ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”


ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।


Swiv nou:

Piblisite


Piblisite