Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, “ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ?” ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ତହୁଁ ଶାଉଲ ପରମେଶ୍ଵରଙ୍କ ନିକଟରେ ପଚାରିଲେ, ମୁଁ କʼଣ ପଲେଷ୍ଟୀୟମାନଙ୍କ ପଛରେ ଯିବି? ତୁମ୍ଭେ କʼଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁଣ।

Gade chapit la Kopi

ଓଡିଆ ବାଇବେଲ

37 ତହୁଁ ଶାଉଲ ପରମେଶ୍ୱରଙ୍କ ନିକଟରେ ପଚାରିଲେ, ମୁଁ କ’ଣ ପଲେଷ୍ଟୀୟମାନଙ୍କ ପଛରେ ଯିବି ? ତୁମ୍ଭେ କ’ଣ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରିବ ? ମାତ୍ର ସେଦିନ ସେ ତାଙ୍କୁ ଉତ୍ତର ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

37 ତେଣୁ ଶାଉଲ ପରମେଶ୍ୱରଙ୍କୁ ପଗ୍ଭରିଲେ, “ମୁଁ ପଲେଷ୍ଟୀୟଙ୍କ ପଛରେ ଯିବି କି? ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟଙ୍କୁ ପରାସ୍ତ କରିବାକୁ ଦେବ କି?” କିନ୍ତୁ ପରମେଶ୍ୱର ନୀରବ ରହିଲେ।

Gade chapit la Kopi




1 ଶାମୁୟେଲ 14:37
15 Referans Kwoze  

ତହୁଁ ଶାଉଲ ସଦାପ୍ରଭୁଙ୍କ ନିକଟରେ ପଚାରନ୍ତେ, ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ ନାହିଁ; ନା ସ୍ୱପ୍ନ ଦ୍ୱାରା, ନା ଊରୀମ୍‍ ଦ୍ୱାରା, ନା ଭବିଷ୍ୟଦ୍‍ବକ୍ତାମାନଙ୍କ ଦ୍ୱାରା।


ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”


ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”


ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।


ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ତେଣୁ ଦାଉଦ ସଦାପ୍ରଭୁଙ୍କୁ ପୁନର୍ବାର ପଚାରିଲେ। ତହିଁରେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଉଠ, କିୟୀଲାକୁ ଯାଅ; କାରଣ ଆମ୍ଭେ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।


ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”


ଏହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେ ହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା?” ସଦାପ୍ରଭୁ କହିଲେ, ଯାଅ; “ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।”


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”


ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ?”


ଏନିମନ୍ତେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ ଯାଇ କି ଏହି ପଲେଷ୍ଟୀୟମାନଙ୍କୁ ଆଘାତ କରିବି?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଯାଅ, ପଲେଷ୍ଟୀୟମାନଙ୍କୁ ଆଘାତ କରି କିୟୀଲାକୁ ଉଦ୍ଧାର କର।”


Swiv nou:

Piblisite


Piblisite