Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 14:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ କାରଣ ସେ ଆଜି ପରମେଶ୍ଵରଙ୍କ ସହିତ କର୍ମ କରିଅଛିନ୍ତଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁ ହେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

45 ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ

45 ଏଥର ସୈନ୍ୟମାନେ ଶାଉଲଙ୍କୁ କହିଲେ, “ଯୋନାଥନ ଆଜି ଇସ୍ରାଏଲକୁ ମହାଉଦ୍ଧାର କରିଛନ୍ତି। ଯୋନାଥନ ମରିବ, ଏହା କେବେ ହୋଇ ନ ପାରେ। ଆମ୍ଭେ ଜୀବିତ ପରମେଶ୍ୱରଙ୍କ ପାଖରେ ପ୍ରାର୍ଥନା କରୁଛୁ, କେହି ଯୋନାଥନଙ୍କୁ ହତ୍ୟା ତ ଦୂରର କଥା ମୁଣ୍ଡରୁ ଗୋଟିଏ କେଶ ମଧ୍ୟ ତଳେ ପଡ଼ିବାକୁ ଦେବୁ ନାହିଁ। ପରମେଶ୍ୱର ପଲେଷ୍ଟୀୟ କବଳରୁ ଇସ୍ରାଏଲକୁ ଉଦ୍ଧାର ପାଇଁ ଯୋନାଥନଙ୍କୁ ସାହାଯ୍ୟ କରିଛନ୍ତି।” ତେଣୁ ଲୋକମାନ ଯୋନାଥନଙ୍କୁ ସାହାଯ୍ୟ କରିବେ, ତାଙ୍କୁ କେବେ ବି ହତ୍ୟା କରିବା ପାଇଁ ଦିଆଯିବ ନାହିଁ।

Gade chapit la Kopi




1 ଶାମୁୟେଲ 14:45
22 Referans Kwoze  

ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ।


କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;


ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”


ତହିଁରେ ଶଲୋମନ କହିଲେ, “ଯେବେ ସେ ଆପଣାକୁ ଯୋଗ୍ୟ ଲୋକ ଦେଖାଇବ, ତେବେ ତାହାର ଏକ କେଶ ହିଁ ଭୂମିରେ ପଡ଼ିବ ନାହିଁ; ମାତ୍ର, ତାହାଠାରେ ଦୁଷ୍ଟତା ଦେଖାଗଲେ, ସେ ମରିବ।”


ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।


କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି।


ସ୍ୱର୍ଗସ୍ଥ ସୈନ୍ୟବାହିନୀ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିହିତ ହୋଇ ଶୁଭ୍ରବର୍ଣ୍ଣ ଅଶ୍ୱମାନଙ୍କ ଉପରେ ଆରୋହଣ କରି ତାହାଙ୍କ ପଶ୍ଚାତ୍‍ଗମନ କଲେ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।


ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।


ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ।


କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ।


କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।


ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।


ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍‍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ।


ଏହେତୁ ତୁମ୍ଭେ ସେମାନଙ୍କୁ ବିପକ୍ଷଗଣ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ କ୍ଳେଶ ଦେଲେ; ମାତ୍ର କ୍ଳେଶ ସମୟରେ ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଆପଣାର ବହୁବିଧ ଦୟାନୁସାରେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।


ଆଉ ଦେଖ, ସଦାପ୍ରଭୁଙ୍କ ସମସ୍ତ ବିଷୟରେ ପ୍ରଧାନ ଯାଜକ ଅମରୀୟ, ପୁଣି ରାଜାଙ୍କର ସମସ୍ତ ବିଷୟରେ ଇଶ୍ମାୟେଲର ପୁତ୍ର ଯିହୁଦା-ବଂଶାଧ୍ୟକ୍ଷ ସବଦୀୟ ତୁମ୍ଭମାନଙ୍କ ଉପରେ ନିଯୁକ୍ତ ଅଛନ୍ତି; ମଧ୍ୟ ଲେବୀୟମାନେ ତୁମ୍ଭମାନଙ୍କ ସମ୍ମୁଖରେ ଶାସନକର୍ତ୍ତା ହେବେ। ସାହସିକ ହୋଇ କର୍ମ କର ଓ ସଦାପ୍ରଭୁ ସୁଜନର ସହବର୍ତ୍ତୀ ହେଉନ୍ତୁ।”


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”


ଏହିରୂପେ ସଦାପ୍ରଭୁ ସେହି ଦିନ ଇସ୍ରାଏଲକୁ ଉଦ୍ଧାର କଲେ ଓ ବେଥ୍-ଆବନର ପାର ପର୍ଯ୍ୟନ୍ତ ଯୁଦ୍ଧ ବ୍ୟାପିଗଲା।


ଏଉତ୍ତାରେ ଶାଉଲ ପଲେଷ୍ଟୀୟମାନଙ୍କ ପଶ୍ଚାଦ୍‍ଗମନରୁ ଫେରିଗଲେ ଓ ପଲେଷ୍ଟୀୟମାନେ ଆପଣା ଆପଣା ସ୍ଥାନକୁ ଗଲେ।


ମାତ୍ର ଶାଉଲ କହିଲେ, “ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି।”


Swiv nou:

Piblisite


Piblisite