Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ଶାଉଲ କହିଲେ, “ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ଶାଉଲ କହିଲେ, ସେମାନେ ଅମାଲେକୀୟ-ମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ବର୍ଜିତ ରୂପେ ବିନାଶ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

15 ତହୁଁ ଶାଉଲ କହିଲେ, ସେମାନେ ଅମାଲେକୀୟମାନଙ୍କଠାରୁ ସେସବୁ ଆଣିଛନ୍ତି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଦୟା କଲେ; ମାତ୍ର ଅବଶିଷ୍ଟ ସକଳକୁ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

15 ଶାଉଲ କହିଲେ, “ସୈନ୍ୟମାନେ ସେମାନଙ୍କୁ ଅମାଲେକୀୟମାନଙ୍କଠାରୁ ଆଣିଛନ୍ତି। ସୈନ୍ୟମାନେ ଉତ୍ତମ ଗୋରୁ ଓ ମେଷମାନଙ୍କୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ବଳିଦେବା ନିମନ୍ତେ ରଖିଲେ ଓ ଅନ୍ୟମାନଙ୍କୁ ବିନାଶ କଲେ।”

Gade chapit la Kopi




1 ଶାମୁୟେଲ 15:15
9 Referans Kwoze  

ମାତ୍ର ଲୋକମାନେ ଗିଲ୍‍ଗଲ୍‍ରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ବିନାଶାର୍ଥେ ବର୍ଜିତ ଦ୍ରବ୍ୟ ମଧ୍ୟରୁ ଲୁଟ ରୂପେ ଉତ୍ତମ ଉତ୍ତମ ମେଷ ଓ ଗୋରୁ ନେଲେ।”


ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।


କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?


ପୁଣି, ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ, “ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ, ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ, ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା।”


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।


ଯଦି ମୁଁ ଆପଣା ବକ୍ଷସ୍ଥଳରେ ନିଜ ଅଧର୍ମ ଗୁପ୍ତ କରିବା ଦ୍ୱାରା ଆଦମ ପରି ଆପଣା ଅପରାଧ ଢାଙ୍କିଥାଏ;


ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”


Swiv nou:

Piblisite


Piblisite