Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶ-ସମୂହର ମସ୍ତକ ହୋଇ ନାହଁ? ପୁଣି ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;

Gade chapit la Kopi

ଓଡିଆ ବାଇବେଲ

17 ତେଣୁ ଶାମୁୟେଲ କହିଲେ, କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;

Gade chapit la Kopi

ପବିତ୍ର ବାଇବଲ

17 ଶାମୁୟେଲ କହିଲେ, “ଅତୀତରେ ତୁମ୍ଭେ ନିଜକୁ ମୁଖ୍ୟ ବୋଲି ଭାବୁ ନ ଥିଲ। କିନ୍ତୁ ତା'ପରେ ତୁମ୍ଭେ ଇସ୍ରାଏଲ ପରିବାରବର୍ଗଗୁଡ଼ିକର ମୂଖ୍ୟ ହୋଇ ପାରିଲ। ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ଭାବେ ବାଛିଲେ।

Gade chapit la Kopi




1 ଶାମୁୟେଲ 15:17
8 Referans Kwoze  

ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?”


ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”


ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?


ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।


ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା।


ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।”


ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, “ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି, ତାହା ମୁଁ ତୁମ୍ଭକୁ ଜଣାଇବି।” ଏଥିରେ ସେ କହିଲେ, “କୁହ।”


Swiv nou:

Piblisite


Piblisite