Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ଵାନୁସନ୍ଧାନ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

2 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମିସରରୁ ବାହାରି ଆସିବା ବେଳେ ପଥ ମଧ୍ୟରେ ଅମାଲେକ ତାହା ବିରୁଦ୍ଧରେ ଉଠି ତାହା ପ୍ରତି ଯାହା କରିଥିଲା, ଆମ୍ଭେ ତହିଁର ତତ୍ତ୍ୱାନୁସନ୍ଧାନ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

2 ସର୍ବଶକ୍ତିମାନ ସଦାପ୍ରଭୁ କହିଲେ, ‘ଯେତେବେଳେ ଇସ୍ରାଏଲୀୟମାନେ ମିଶରରୁ ବାହାରି ଆସିଲେ, ଅମାଲେକୀୟମାନେ ତାଙ୍କୁ କିଣାନ ଯିବାରେ ବାଧା ସୃଷ୍ଟି କରିଥିଲେ। ମୁଁ ଦେଖିଛି ଯାହାସବୁ ଅମାଲେକୀୟମାନେ କରିଛନ୍ତି।

Gade chapit la Kopi




1 ଶାମୁୟେଲ 15:2
8 Referans Kwoze  

ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”


ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।


ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, “ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।


ପୁଣି, ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକୁ ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”


ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।


ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।


Swiv nou:

Piblisite


Piblisite