Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ଵ ବର୍ଜିତ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।

Gade chapit la Kopi

ଓଡିଆ ବାଇବେଲ

3 ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।

Gade chapit la Kopi

ପବିତ୍ର ବାଇବଲ

3 ବର୍ତ୍ତମାନ ଅମାଲେକୀୟ ବିରୁଦ୍ଧରେ ଯୁଦ୍ଧ ଘୋଷଣା କର। ତୁମ୍ଭେ ନିଶ୍ଚିତଭାବେ ଅମାଲେକୀୟମାନଙ୍କର ସର୍ବସ୍ୱ ଧ୍ୱଂସ କରି ପାରିବ। ତୁମ୍ଭେ କିଛି ଜୀବନ୍ତ ଛାଡ଼ି ଆସିବ ନାହିଁ। ତୁମ୍ଭେ ସମସ୍ତ ପୁରୁଷ, ସ୍ତ୍ରୀ, ଛୋଟପିଲା ଏପରିକି ଶିଶୁଛୁଆକୁ ମଧ୍ୟ ହତ୍ୟା କରିବ। ଆହୁରି ମଧ୍ୟ ସେମାନଙ୍କର ଗାଈ, ମେଣ୍ଢା, ଓଟ ଓ ଗଧମାନଙ୍କୁ ହତ୍ୟା କରିବ।’”

Gade chapit la Kopi




1 ଶାମୁୟେଲ 15:3
20 Referans Kwoze  

ଏଉତ୍ତାରେ ସେ ଅମାଲେକ ପ୍ରତି ଦୃଷ୍ଟି କରି ଆପଣା ପ୍ରସଙ୍ଗ ନେଇ କହିଲା, “ଅମାଲେକ ନାନା ଦେଶୀୟମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ଥିଲା; ମାତ୍ର ତାହାର ଶେଷାବସ୍ଥା ବିନାଶରେ ଉପସ୍ଥିତ ହେବ।”


ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।


ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।


ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;


ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି, ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।”


ପୁଣି, ସେ ବୀରତ୍ୱ ପ୍ରକାଶ କଲେ ଓ ଅମାଲେକୀୟମାନଙ୍କୁ ସଂହାର କଲେ ଓ ଇସ୍ରାଏଲର ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ରକ୍ଷା କଲେ।


ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।


ଆଉ ସଦାପ୍ରଭୁ ତୁମ୍ଭକୁ ଯୁଦ୍ଧ ଯାତ୍ରାରେ ପଠାଇ କହିଲେ, ‘ଯାଅ, ସେହି ଅମାଲେକୀୟ ପାପୀମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କର, ଆଉ ସେମାନେ ନିଃଶେଷରେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସେମାନଙ୍କ ସଙ୍ଗେ ଯୁଦ୍ଧ କର।’


ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍‍ ନିକଟକୁ ଫେରି ଆସନ୍ତି।


ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।


ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’


ପୁଣି, ସେ ତାହା ଓ ତହିଁର ରାଜା ଓ ତହିଁର ନଗରସବୁ ହସ୍ତଗତ କଲେ; ଆଉ ସେମାନେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ବର୍ଜିତ ରୂପେ ବିନାଶ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ଯେପରି ସେ ହିବ୍ରୋଣ ପ୍ରତି, ମଧ୍ୟ ଲିବ୍‍ନା ଓ ତହିଁର ରାଜା ପ୍ରତି କରିଥିଲେ, ସେପରି ସେ ଦବୀର ଓ ତହିଁର ରାଜା ପ୍ରତି କଲେ।


Swiv nou:

Piblisite


Piblisite