Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିଉତ୍ତାରେ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ।” ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, “ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଅନନ୍ତର ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ। ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁର ତିକ୍ତତା ଗଲା।

Gade chapit la Kopi

ଓଡିଆ ବାଇବେଲ

32 ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଅଗାଗକୁ ଏଠାରେ ଆମ୍ଭ ନିକଟକୁ ଆଣ। ତହିଁରେ ଅଗାଗ ଖୁସି ହୋଇ ତାଙ୍କ ନିକଟକୁ ଆସିଲା; କାରଣ ଅଗାଗ କହିଲା, ଅବଶ୍ୟ ମୃତ୍ୟୁୁର ତିକ୍ତତା ଗଲା।

Gade chapit la Kopi

ପବିତ୍ର ବାଇବଲ

32 ବର୍ତ୍ତମାନ ଶାମୁୟେଲ କହିଲେ, “ତୁମ୍ଭେମାନେ ଅମାଲେକୀୟମାନଙ୍କ ରାଜା ଆଗ‌ଗ୍‌କୁ ଆମ୍ଭ ସମ୍ମୁଖକୁ ଆଣ।” ତା'ପରେ, ଆଗାଗ୍ ଲୌହ ଶିଙ୍କୁଳିରେ ବନ୍ଧା ହୋଇ ତାଙ୍କ ଆଗକୁ ଅଣାଗଲା। ଆଗାଗ୍ ଚିନ୍ତା କଲା, “ନିଶ୍ଚିତ ସେ ମୋତେ ହତ୍ୟା କରିବ ନାହିଁ।”

Gade chapit la Kopi




1 ଶାମୁୟେଲ 15:32
8 Referans Kwoze  

ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି, ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।


ତହିଁରେ ଶାମୁୟେଲ ଶାଉଲଙ୍କର ପଶ୍ଚାତ୍‍ ଫେରିଯାଆନ୍ତେ, ଶାଉଲ ସଦାପ୍ରଭୁଙ୍କ ନିକଟରେ ପ୍ରଣାମ କଲେ।


ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


ଏଥିଉତ୍ତାରେ ଯିହୋଶୂୟ କହିଲେ, “ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।”


ଏଉତ୍ତାରେ ଗିଦିୟୋନ୍‍ ନୋବହ ଓ ଯଗ୍‍ବିହର ପୂର୍ବ ଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠିଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।


Swiv nou:

Piblisite


Piblisite