Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ।” ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ-ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ । ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ। ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।

Gade chapit la Kopi

ପବିତ୍ର ବାଇବଲ

6 ଶାଉଲ କେନୀୟମାନଙ୍କୁ କହିଲେ, “ଯାଅ, ଅମାଲେକ ଛାଡ଼ି ଗ୍ଭଲିଯାଅ। କାରଣ ମୁଁ ଅମାଲେକୀୟଙ୍କ ସହ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଗ୍ଭହେଁ ନାହିଁ। ତୁମ୍ଭେମାନେ ଇସ୍ରାଏଲୀୟମାନଙ୍କୁ ମିଶର ଛାଡ଼ି ଆସିବା ବେଳେ ସେମାନଙ୍କୁ ଦୟା ପ୍ରଦର୍ଶନ କରିଥିଲ।” ତେଣୁ କେନୀୟମାନେ ଅମାଲେକ ପ୍ରତ୍ୟାବର୍ତ୍ତନ କଲେ।

Gade chapit la Kopi




1 ଶାମୁୟେଲ 15:6
21 Referans Kwoze  

ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।


ସେସମୟରେ କେନୀୟ ହେବର କେନୀୟମାନଙ୍କଠାରୁ, ଅର୍ଥାତ୍‍, ମୋଶାଙ୍କ ପତ୍ନୀ-ଭ୍ରାତା ହୋବବ୍‍ର ସନ୍ତାନମାନଙ୍କଠାରୁ ପୃଥକ ହୋଇ କେଦଶ ନିକଟବର୍ତ୍ତୀ ସାନନ୍ନୀମରେ ଥିବା ଅଲୋନ ବୃକ୍ଷ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିଥିଲା।


ଏହେତୁ ମୋʼ କଥାରେ ମନୋଯୋଗ କର, ମୁଁ ତୁମ୍ଭଙ୍କୁ ପରାମର୍ଶ ଦେବି, ପୁଣି, ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ପରମେଶ୍ୱରଙ୍କ ଛାମୁରେ ତୁମ୍ଭେ ଲୋକମାନଙ୍କ ପକ୍ଷ ହୋଇ ସେମାନଙ୍କ କଥା ପରମେଶ୍ୱରଙ୍କ ନିକଟରେ ଜଣାଅ।


ଏଥିରେ “ଆଜି ତୁମ୍ଭେମାନେ କେଉଁ ସ୍ଥାନ ଆକ୍ରମଣ କଲ” ବୋଲି ଆଖୀଶ୍‍ ପଚାରନ୍ତେ, ଦାଉଦ କହନ୍ତି, “ଯିହୁଦାର ଦକ୍ଷିଣାଞ୍ଚଳ ଓ ଯିରହମେଲୀୟମାନଙ୍କ ଦକ୍ଷିଣାଞ୍ଚଳ ଓ କେନୀୟମାନଙ୍କ ଦକ୍ଷିଣାଞ୍ଚଳ।”


ସ୍ତ୍ରୀମାନଙ୍କ ମଧ୍ୟରେ କେନୀୟ ହେବରର ଭାର୍ଯ୍ୟା ଯାୟେଲ ଧନ୍ୟ ହେବ, ତମ୍ବୁନିବାସୀ ସ୍ତ୍ରୀମାନଙ୍କ ମଧ୍ୟରେ ସେ ଧନ୍ୟ ହେବ।


ତୋହର ପ୍ରାଣର ଅଭିଳାଷର ଫଳସବୁ ତୋହଠାରୁ ଦୂର ହୋଇଅଛି, ପୁଣି, ସମସ୍ତ ସୁସ୍ୱାଦୁ ଓ ମନୋହର ବିଷୟ ତୋହଠାରୁ ଅନ୍ତର କରାଯାଇ ବିନଷ୍ଟ ହୋଇଅଛି, ଆଉ କେବେ ହେଁ ସେ ସମସ୍ତର ଉଦ୍ଦେଶ୍ୟ ମିଳିବ ନାହିଁ।


ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,


ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”


ହେ ଅବୋଧ ଲୋକମାନେ, ଅବୋଧମାନଙ୍କର ସଙ୍ଗ ପରିତ୍ୟାଗ କରି ଜୀବନ ରକ୍ଷା କର; ପୁଣି, ସୁବିବେଚନାର ପଥରେ ଚାଲ।”


ଆଉ ଯାବେଷ୍‍ ନିବାସୀ ଲେଖକମାନଙ୍କ ଗୋଷ୍ଠୀ, ଯଥା, ତିରିୟାଥୀୟ, ଶିମିୟଥୀୟ, ସୂଖାଥୀୟମାନେ। ଏମାନେ ରେଖବ-ବଂଶର ପୂର୍ବପୁରୁଷ ହମ୍ମତ୍‍ଠାରୁ ଉତ୍ପନ୍ନ କେନୀୟ ଲୋକ।


ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, “କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।”


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”


ତହୁଁ ଶାଉଲ ଅମାଲେକ ନଗରକୁ ଆସି ଉପତ୍ୟକାରେ ଛକି ବସିଲେ।


ଓ ହର୍ମା ଓ କୋରାଶନ ଓ ଅଥାକ୍‍


ଅର୍ଥାତ୍‍, କେନୀୟ, କନଜୀୟ, କଦ୍‍ମୋନୀୟ,


Swiv nou:

Piblisite


Piblisite