Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ କହିଲେ, କୁଶଳ; “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋʼ ସଙ୍ଗେ ବଳିଦାନ କରିବାକୁ ଆସ।” ଏଉତ୍ତାରେ ସେ ଯିଶୀକୁ ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି ମୋʼ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।

Gade chapit la Kopi

ଓଡିଆ ବାଇବେଲ

5 ସେ କହିଲେ, କୁଶଳ; ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆସିଅଛି; ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର, ପୁଣି, ମୋ’ ସଙ୍ଗେ ବଳିଦାନ କରିବାକୁ ଆସ। ଏଉତ୍ତାରେ ସେ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।

Gade chapit la Kopi

ପବିତ୍ର ବାଇବଲ

5 ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।

Gade chapit la Kopi




1 ଶାମୁୟେଲ 16:5
16 Referans Kwoze  

ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣାକୁ ପବିତ୍ର କର, କାରଣ କାଲି ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ଆଶ୍ଚର୍ଯ୍ୟକ୍ରିୟା କରିବେ।”


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ


କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।


ଉଠ, ଲୋକମାନଙ୍କୁ ପବିତ୍ର କର, ଆଉ କୁହ, ତୁମ୍ଭେମାନେ କାଲି ପାଇଁ ଆପଣା ଆପଣାକୁ ପବିତ୍ର କର; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ହେ ଇସ୍ରାଏଲ, ତୁମ୍ଭ ମଧ୍ୟରେ ବର୍ଜିତ ବସ୍ତୁ ଅଛି, ଆପଣା ମଧ୍ୟରୁ ସେହି ବର୍ଜିତ ବସ୍ତୁ ଦୂର କରିବା ଯାଏ ତୁମ୍ଭେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇ ପାରିବ ନାହିଁ।


ଲୋକମାନଙ୍କୁ ଏକତ୍ର କର, ପବିତ୍ର ସମାଜ ନିରୂପଣ କର, ପ୍ରାଚୀନମାନଙ୍କୁ ସଂଗ୍ରହ କର, ବାଳକ, ବାଳିକାମାନଙ୍କୁ ଓ ଦୁଗ୍ଧପୋଷ୍ୟ ଶିଶୁମାନଙ୍କୁ ଏକତ୍ର କର; ବର ଆପଣା ଶୟନ ଗୃହରୁ ଓ କନ୍ୟା ଆପଣା ଅନ୍ତଃପୁରରୁ ବାହାର ହେଉ।


ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, “ହୋଇପାରେ, ଆମ୍ଭର ପିଲାମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ।” ଏହିରୂପେ ଆୟୁବ ସର୍ବଦା କଲା।


ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।


ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।


ତଥାପି ସେହି ଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ।


ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।


ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”


ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।


Swiv nou:

Piblisite


Piblisite