Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

20 ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

20 ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳି ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞା ଅନୁସାରେ ସେସବୁ ଦ୍ରବ୍ୟ ନେଇଗଲେ। ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ ବନ୍ଦୀ ଜାଗାରେ ଉପସ୍ଥିତ ହେଲେ।

Gade chapit la Kopi




1 ଶାମୁୟେଲ 17:20
9 Referans Kwoze  

ଯେତେବେଳେ ଈଶ୍ବର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରି ଅବରୋଧ କରିବେ,


ଏଥିରେ ଦାଉଦ ଉଠି ଶାଉଲଙ୍କର ଛାଉଣି-ସ୍ଥାନକୁ ଆସିଲେ; ଆଉ ଦାଉଦ ଶାଉଲଙ୍କର ଓ ତାଙ୍କ ସେନାପତି ନେର୍‍ର ପୁତ୍ର ଅବ୍‍ନରର ଶୟନ ସ୍ଥାନ ଦେଖିଲେ; ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୋଇଥିଲେ ଓ ତାଙ୍କର ଚାରିଆଡ଼େ ଲୋକମାନେ ଛାଉଣି କରିଥିଲେ।


ତହୁଁ ରାତ୍ରି ବେଳେ ଦାଉଦ ଓ ଅବୀଶୟ ଲୋକମାନଙ୍କ ନିକଟକୁ ଗଲେ; ଆଉ ଦେଖ, ଶାଉଲ ଶଗଡ଼ବନ୍ଦି ସ୍ଥାନ ମଧ୍ୟରେ ଶୟନ କରି ନିଦ୍ରିତ ହୋଇଅଛନ୍ତି, ତାଙ୍କର ବର୍ଚ୍ଛା ତାଙ୍କ ମସ୍ତକ ପାଖ ଭୂମିରେ ମରା ହୋଇଅଛି; ପୁଣି, ଅବ୍‍ନର ଓ ଲୋକମାନେ ତାଙ୍କର ଚାରିଆଡ଼େ ଶୋଇଅଛନ୍ତି।


ସେ ଲୋକମାନଙ୍କୁ କହିବା ବେଳେ ତାଙ୍କର ଜ୍ୟେଷ୍ଠ ଭ୍ରାତା ଇଲୀୟାବ୍‍ ଶୁଣିଲା; ତହିଁରେ ଇଲୀୟାବ୍‍ର କ୍ରୋଧ ଦାଉଦଙ୍କ ଉପରେ ପ୍ରଜ୍ୱଳିତ ହେଲା, ଆଉ ସେ କହିଲା, “ତୁ କାହିଁକି ଏଠିକି ଆସିଲୁ? ପ୍ରାନ୍ତରରେ ତୁ ସେ ମେଣ୍ଢା କେତୋଟି କାହା ପାଖରେ ଛାଡ଼ିଲୁ? ମୁଁ ତୋʼ ଗର୍ବ ଓ ତୋʼ ମନର ଦୁଷ୍ଟତା ଜାଣେ; କାରଣ ତୁ ଯୁଦ୍ଧ ଦେଖିବା ପାଇଁ ଆସିଅଛୁ।”


ଏହି ସମୟରେ ଶାଉଲ ଓ ସେମାନେ ଓ ସମସ୍ତ ଇସ୍ରାଏଲ ଲୋକ ଏଲା ତଳଭୂମିରେ ଥାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରୁଥିଲେ।”


ତହୁଁ ଇସ୍ରାଏଲ ଓ ପଲେଷ୍ଟୀୟମାନେ ଯୁଦ୍ଧ ସଜାଇଲେ ଓ ସୈନ୍ୟଶ୍ରେଣୀ ପରସ୍ପର ସମ୍ମୁଖାସମ୍ମୁଖୀ ହେଲେ।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।


ପୁଣି, ଶାମୁୟେଲ ଶାଉଲଙ୍କ ସହିତ ପ୍ରଭାତରେ ସାକ୍ଷାତ କରିବା ପାଇଁ ଶୀଘ୍ର ଉଠିଲେ, ତହୁଁ ଶାମୁୟେଲଙ୍କୁ ଏହି ସମ୍ବାଦ ଦିଆଗଲା ଯେ, “ଶାଉଲ କର୍ମିଲକୁ ଆସିଥିଲେ, ଆଉ ଦେଖ, ସେ ଆପଣା ପାଇଁ ଜୟସ୍ତମ୍ଭ ସ୍ଥାପନ କରି ସେଠାରୁ ଫେରି, ପ୍ରସ୍ଥାନ କରି ଗିଲ୍‍ଗଲ୍‍କୁ ବାହାରି ଯାଇଅଛନ୍ତି।”


Swiv nou:

Piblisite


Piblisite