Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।

Gade chapit la Kopi

ଓଡିଆ ବାଇବେଲ

32 ଏଥିରେ ଦାଉଦ ଶାଉଲଙ୍କୁ କହିଲେ, ତାହା ସକାଶୁ କାହାରି ହୃଦୟ ନିରାଶ ନ ହେଉ; ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସଙ୍ଗେ ଯୁଦ୍ଧ କରିବ।

Gade chapit la Kopi

ପବିତ୍ର ବାଇବଲ

32 ଦାଉଦ ଶାଉଲଙ୍କୁ କହିଲେ, “ଗଲିୟାତ ଯୋଗୁଁ ଲୋକମାନେ ହତାଶ ହେବା ଉଚିତ୍ ନୁହେଁ। ଆପଣଙ୍କ ଦାସ ଯାଇ ସେହି ପଲେଷ୍ଟୀୟ ସହିତ ଯୁଦ୍ଧ କରିବ।”

Gade chapit la Kopi




1 ଶାମୁୟେଲ 17:32
12 Referans Kwoze  

ତହିଁରେ ଯୁବାମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା; “ଦେଖନ୍ତୁ, ମୁଁ ବେଥଲିହିମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି, ସେ ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଓ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ, ପୁଣି, ସଦାପ୍ରଭୁ ତାଙ୍କର ସଙ୍ଗେ ସଙ୍ଗେ ଅଛନ୍ତି।”


ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।


ଭୀତାନ୍ତଃକରଣମାନଙ୍କୁ କୁହ, “ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।”


କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”


ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥାʼନ୍ତି ଓ ନଗରମାନ ବୃହତ ଓ ପ୍ରାଚୀର-ବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।”


ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”


ଦାଉଦଙ୍କର ଏହିସବୁ କଥା ଶୁଣାଯାʼନ୍ତେ, ଲୋକମାନେ ଶାଉଲଙ୍କ ସମ୍ମୁଖରେ ତାହା କହିଲେ, ତେଣୁ ସେ ତାଙ୍କୁ ଡକାଇଲେ।


ଓ ତାହାକୁ କୁହ, ‘ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍‍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।


Swiv nou:

Piblisite


Piblisite