Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।

Gade chapit la Kopi

ଓଡିଆ ବାଇବେଲ

37 ଆହୁରି ଦାଉଦ କହିଲେ, ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ। ଏଥିରେ ଶାଉଲ ଦାଉଦଙ୍କୁ କହିଲେ, ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।

Gade chapit la Kopi

ପବିତ୍ର ବାଇବଲ

37 ସଦାପ୍ରଭୁ ମୋତେ ସିଂହ ଓ ଭାଲୁ ନିକଟରୁ ରକ୍ଷା କରିଛନ୍ତି। ସଦାପ୍ରଭୁ ମୋତେ ପଲେଷ୍ଟୀୟଠାରୁ ରକ୍ଷା କରିବେ।” ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଯାଅ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି।”

Gade chapit la Kopi




1 ଶାମୁୟେଲ 17:37
21 Referans Kwoze  

କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।


ଏବେ ହେ ମୋହର ପୁତ୍ର, ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ; ତୁମ୍ଭେ କୃତକାର୍ଯ୍ୟ ହୁଅ ଓ ତୁମ୍ଭ ବିଷୟରେ ଉକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବାକ୍ୟାନୁସାରେ ତାହାଙ୍କର ଗୃହ ନିର୍ମାଣ କର।


ତୁମ୍ଭର ଅମଙ୍ଗଳ କରିବା ମୋʼ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ।


ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍‍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”


ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।


ସୁନା, ରୂପା ଓ ପିତ୍ତଳ ଓ ଲୁହାର କିଛି ସଂଖ୍ୟା ନାହିଁ; ଉଠ, କର୍ମ କର ଓ ସଦାପ୍ରଭୁ ତୁମ୍ଭର ସହବର୍ତ୍ତୀ ହେଉନ୍ତୁ।”


ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”


ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।


ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ହେ ମୋହର ପୁତ୍ର ଦାଉଦ, ତୁମ୍ଭେ ଧନ୍ୟ; ତୁମ୍ଭେ ମହତ କର୍ମ କରିବ ଓ ଅବଶ୍ୟ କୃତକାର୍ଯ୍ୟ ହେବ।” ତହୁଁ ଦାଉଦ ଆପଣା ପଥରେ ଗଲେ ଓ ଶାଉଲ ଆପଣା ସ୍ଥାନକୁ ଫେରିଗଲେ।


ମନୁଷ୍ୟ ଆପଣା ଶତ୍ରୁକୁ ପାଇଲେ, ସେ କʼଣ ତାକୁ ଭଲରେ ଯିବାକୁ ଦେବ? ଏଣୁ ଆଜି ତୁମ୍ଭେ ମୋʼ ପ୍ରତି ଯାହା କରିଅଛ, ତହିଁ ଲାଗି ସଦାପ୍ରଭୁ ତୁମ୍ଭକୁ ଉତ୍ତମ ପୁରସ୍କାର ଦେଉନ୍ତୁ।


ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ; ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ, “ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?”


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ତହୁଁ ଶାଉଲ ଦାଉଦଙ୍କୁ ଆପଣା ବସ୍ତ୍ର ପିନ୍ଧାଇ ତାଙ୍କର ମସ୍ତକରେ ପିତ୍ତଳ ଟୋପର ଦେଇ ତାଙ୍କୁ ସାଞ୍ଜୁଆ ପିନ୍ଧାଇଲେ।


ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।


ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”


ସଦାପ୍ରଭୁ ମୋହର ସପକ୍ଷ; ମୁଁ ଭୟ କରିବି ନାହିଁ; ମନୁଷ୍ୟ ମୋହର କଅଣ କରିପାରେ?


Swiv nou:

Piblisite


Piblisite