Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ?” ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ପୁଣି ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋʼ ପାଖକୁ ଆସିଛୁ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।

Gade chapit la Kopi

ଓଡିଆ ବାଇବେଲ

43 ପୁଣି, ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୁଁ କି କୁକ୍କୁର, ଯେ ତୁ ଯଷ୍ଟି ନେଇ ମୋ’ ପାଖକୁ ଆସିଛୁ ? ତହିଁରେ ପଲେଷ୍ଟୀୟ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।

Gade chapit la Kopi

ପବିତ୍ର ବାଇବଲ

43 ଗଲିୟାତ ଦାଉଦଙ୍କୁ କହିଲେ, “ମୁଁ କ’ଣ ଗୋଟିଏ କୁକୁର ତୁମ୍ଭେ ମୋ’ ପାଖକୁ ବାଡ଼ି ନେଇ ଆସିଛ।” ତା'ପରେ ଗଲିୟାତ ଆପଣା ଦେବତାମାନଙ୍କ ନାମରେ ଦାଉଦଙ୍କୁ ଶାପ ଦେଲା।

Gade chapit la Kopi




1 ଶାମୁୟେଲ 17:43
14 Referans Kwoze  

ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?”


ତେବେ ଅବ୍‍ନର ଈଶ୍‍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?


ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି? ଆପଣ କାହା ପଛରେ ଗୋଡ଼ାଇଅଛନ୍ତି? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।


ଯେପରି ଘରଚଟିଆ ଭ୍ରମଣ କରୁଥିବା ବେଳେ ଓ ତାଳଚୋଞ୍ଚ ଉଡ଼ୁଥିବା ବେଳେ, ସେପରି ଅକାରଣରେ ଦତ୍ତ ଅଭିଶାପ ନିକଟକୁ ଆସେ ନାହିଁ।


ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”


ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।”


ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”


ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଅଭିଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି, ତୁମ୍ଭେ ଯାହାକୁ ଅଭିଶାପ ଦିଅ, ସେ ଅଭିଶପ୍ତ ହୁଏ।”


ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍‍କୁ ଶାପ ଦେଲେ।


ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”


ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।


ଏଉତ୍ତାରେ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଲୋକ ପଠାଇ କହିଲା, “ଯେବେ ଶମରୀୟାର ଧୂଳି ମୋʼ ପଶ୍ଚାତ୍‍ଗାମୀ ସମସ୍ତ ଲୋକଙ୍କ ପୂର୍ଣ୍ଣ ମୁଷ୍ଟି ନିମନ୍ତେ ଯଥେଷ୍ଟ ହୁଏ, ତେବେ ଦେବତାମାନେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ।”


ଏହେତୁ ସଦାପ୍ରଭୁ ବିଚାରକର୍ତ୍ତା ହେଉନ୍ତୁ, ଆଉ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ, ପୁଣି, ଦୃଷ୍ଟି କରି ମୋହର ବିବାଦ ନିଷ୍ପତ୍ତି କରନ୍ତୁ ଓ ଆପଣଙ୍କ ହସ୍ତରୁ ମୋତେ ରକ୍ଷା କରନ୍ତୁ।


Swiv nou:

Piblisite


Piblisite