Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।

Gade chapit la Kopi

ଓଡିଆ ବାଇବେଲ

44 ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, ମୋ’ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।

Gade chapit la Kopi

ପବିତ୍ର ବାଇବଲ

44 ଗଲିୟାତ ଦାଉଦଙ୍କୁ କହିଲା, “ଏହିଠାକୁ ଆସ ମୁଁ ତୁମ୍ଭର ମାଂସକୁ ହିଂସ୍ର ପଶୁ-ପକ୍ଷୀମାନଙ୍କୁ ଖୁଆଇବି।”

Gade chapit la Kopi




1 ଶାମୁୟେଲ 17:44
12 Referans Kwoze  

ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।


ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ;


ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।


ତତ୍ପରେ ମୁଁ ଜଣେ ଦୂତଙ୍କୁ ସୂର୍ଯ୍ୟ ମଧ୍ୟରେ ଦଣ୍ଡାୟମାନ ହୋଇଥିବାର ଦେଖିଲି; ସେ ଆକାଶରେ ଉଡ଼ିବା ସମସ୍ତ ପକ୍ଷୀଙ୍କୁ ଉଚ୍ଚସ୍ୱରରେ ଡାକି କହିଲେ, ଆସ, ଈଶ୍ବରଙ୍କ ମହାଭୋଜରେ ଏକତ୍ର ହୁଅ,


ପୁଣି, ପ୍ରହରୀ ଦଳୀୟ ଲୋକମାନେ ଯୋନାଥନକୁ ଓ ତାହାର ଅସ୍ତ୍ରବାହକକୁ ଉତ୍ତର କରି କହିଲେ, “ଆମ୍ଭମାନଙ୍କ କତିକି ଉଠି ଆସ, ଆମ୍ଭେମାନେ ତୁମ୍ଭମାନଙ୍କୁ ଗୋଟିଏ କୌତୁକ ଦେଖାଇବା।” ଏଥିରେ ଯୋନାଥନ ଆପଣା ଅସ୍ତ୍ରବାହକକୁ କହିଲା, “ମୋʼ ପଛେ ପଛେ ଉଠି ଆସ; କାରଣ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେଣି।”


ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।


ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


Swiv nou:

Piblisite


Piblisite