Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଆଜି ଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋʼ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ଵର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।

Gade chapit la Kopi

ଓଡିଆ ବାଇବେଲ

46 ଆଜିଦିନ ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ; ଏଣୁ ମୁଁ ତୁମ୍ଭକୁ ଆଘାତ କରି ତୁମ୍ଭଠାରୁ ତୁମ୍ଭ ମସ୍ତକ ଅଲଗା କରିବି; ପୁଣି, ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶବ ଆକାଶ-ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ-ପଶୁମାନଙ୍କୁ ଦେବି; ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।

Gade chapit la Kopi

ପବିତ୍ର ବାଇବଲ

46 ଆଜି ସଦାପ୍ରଭୁ ତୁମ୍ଭକୁ ମୋ’ ହସ୍ତରେ ସମର୍ପି ଦେବେ। ଏବଂ ମୁଁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛେଦନ କରିବି। ମୁଁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ୟଗଣର ଶରୀର ଆକାଶ ପକ୍ଷୀଗଣକୁ ଓ ପୃଥିବୀସ୍ଥ ବନ୍ୟପଶୁମାନଙ୍କୁ ଦେବି, ତହିଁରେ ଇସ୍ରାଏଲ ମଧ୍ୟରେ ଏକ ପରମେଶ୍ୱର ଅଛନ୍ତି ବୋଲି ସମୁଦାୟ ଜଗତ ଜାଣିବେ।

Gade chapit la Kopi




1 ଶାମୁୟେଲ 17:46
30 Referans Kwoze  

ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।


(ଏଥିର ଅଭିପ୍ରାୟ ଏହି), ଯେପରି ପୃଥିବୀସ୍ଥ ସମୁଦାୟ ଲୋକ ସଦାପ୍ରଭୁଙ୍କ ହସ୍ତ ବଳବାନ ବୋଲି ଜାଣି ପାରିବେ, ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସର୍ବଦା ଭୟ କରି ପାରିବେ।”


ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


ତେବେ, ତୁମ୍ଭେ ଆପଣା ନିବାସ ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।


ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।


ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, “ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।”


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ଯେଉଁଠାରେ ଶବ ପଡ଼ିଥାଏ, ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ।”


ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବେ ଓ ସେମାନଙ୍କର ଗୃହ ଖତରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।”


ଏଣୁ ଏବେ, ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”


“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”


ଆଉ ସେହି ପଲେଷ୍ଟୀୟ ଦାଉଦଙ୍କୁ କହିଲା, “ମୋʼ କତିକି ଆ, ମୁଁ ତୋର ମାଂସ ଆକାଶ-ପକ୍ଷୀ ଓ ବିଲ-ପଶୁମାନଙ୍କୁ ଦେବି।”


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।


ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।


ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।


ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”


ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।


ତହିଁରେ ସଦାପ୍ରଭୁ ଯେ ପରମେଶ୍ୱର, ତାହାଙ୍କ ଛଡ଼ା ଅନ୍ୟ ନାହିଁ, ଏହା ପୃଥିବୀସ୍ଥ ସମୁଦାୟ ଗୋଷ୍ଠୀ ଜ୍ଞାତ ହେବେ।


ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”


ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”


ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।


Swiv nou:

Piblisite


Piblisite