Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ଼୍‍ଗ ଓ ବର୍ଚ୍ଛା ଦ୍ଵାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।

Gade chapit la Kopi

ଓଡିଆ ବାଇବେଲ

47 ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।

Gade chapit la Kopi

ପବିତ୍ର ବାଇବଲ

47 ଏଠାରେ ରୁଣ୍ଡ ହୋଇଥିବା ସବୁ ଲୋକମାନେ ଜାଣିବେ ଯେ, ସଦାପ୍ରଭୁ ‌‌ଖ‌ଡ଼୍‌ଗ ଓ ବର୍ଚ୍ଛାଦ୍ୱାରା ରକ୍ଷା କରନ୍ତି ନାହିଁ, କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।”

Gade chapit la Kopi




1 ଶାମୁୟେଲ 17:47
15 Referans Kwoze  

ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”


ପୁଣି, ଯୋନାଥନ ଆପଣା ଅସ୍ତ୍ରବାହକ ଯୁବାକୁ କହିଲା, “ଆସ, ଆମ୍ଭେମାନେ ସେହି ଅସୁନ୍ନତମାନଙ୍କ ପ୍ରହରୀ-ଦଳ ନିକଟକୁ ଯାଉ; ହୋଇପାରେ, ସଦାପ୍ରଭୁ ଆମ୍ଭମାନଙ୍କ ପକ୍ଷରେ କର୍ମ କରିବେ; ଯେହେତୁ ଅନେକ ଦ୍ୱାରା ହେଉ କି ଅଳ୍ପ ଦ୍ୱାରା ହେଉ, ଉଦ୍ଧାର କରିବାରେ ସଦାପ୍ରଭୁଙ୍କର କୌଣସି ପ୍ରତିବନ୍ଧକ ନାହିଁ।”


ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କଅଣ କହିବା? ଯଦି ଈଶ୍ବର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ?


ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତକାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”


ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”


ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।”


Swiv nou:

Piblisite


Piblisite