Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 17:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ଵାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ଼୍‍ଗ ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

50 ଏହି ପ୍ରକାରେ ଦାଉଦ ଛାଟିଣୀ ଓ ପଥର ଦ୍ୱାରା ସେହି ପଲେଷ୍ଟୀୟ ଉପରେ ଜୟଲାଭ କଲେ ଓ ପଲେଷ୍ଟୀୟକୁ ଆଘାତ କରି ବଧ କଲେ, ମାତ୍ର ଦାଉଦଙ୍କ ହସ୍ତରେ ଖଡ୍ଗ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ

50 ଏହିପରି ଭାବରେ ଦାଉଦ ବାଟୁଳି ଓ ପଥର ଦ୍ୱାରା ସେହି ପଲେଷ୍ଟୀୟକୁ ପରାସ୍ତ କଲେ ଓ ଆଘାତ କରି ବଧ କଲେ। ମାତ୍ର ଦାଉଦଙ୍କ ହସ୍ତରେ ‌‌ଖ‌ଡ଼୍‌ଗ ନ ଥିଲା।

Gade chapit la Kopi




1 ଶାମୁୟେଲ 17:50
9 Referans Kwoze  

ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।


ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।


ତହିଁରେ ଯାଜକ କହିଲା, “ତୁମ୍ଭେ ଏଲା ତଳଭୂମିରେ ଯାହାକୁ ବଧ କରିଥିଲ, ଦେଖ; ସେହି ପଲେଷ୍ଟୀୟ ଗଲୀୟାତର ଖଡ୍ଗ ଏଫୋଦ ପଛେ ବସ୍ତ୍ରରେ ଗୁଡ଼ା ହୋଇଅଛି, ଯେବେ ତାହା ନେବ, ନିଅ; ତାହା ଛଡ଼ା ଆଉ ଏଠାରେ କିଛି ନାହିଁ।” ତହୁଁ ଦାଉଦ କହିଲେ “ତାହା ପରି ଆଉ କିଛି ନାହିଁ; ତାହା ମୋତେ ଦିଅ।”


ପୁଣି, ଦାଉଦ ଆପଣା ବସ୍ତ୍ର ଉପରେ ଖଡ୍ଗ ବାନ୍ଧି ଚାଲିବାକୁ ଚେଷ୍ଟା କଲେ; କାରଣ ସେ ତାହା ପରଖ କରି ନ ଥିଲେ। ଆଉ ଦାଉଦ ଶାଉଲଙ୍କୁ କହିଲେ, “ମୁଁ ଏହି ବେଶରେ ଯାଇ ନ ପାରେ, କାରଣ ମୁଁ ସେସବୁ ପରଖ କରି ନାହିଁ।” ଏଣୁ ଦାଉଦ ତାହା କାଢ଼ି ରଖିଲେ।


ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।


ଆଉ ଏହୂଦଙ୍କ ପରେ ଅନାତର ପୁତ୍ର ଶମ୍‍ଗର (ବିଚାରକର୍ତ୍ତା) ହେଲେ, ସେ ପଲେଷ୍ଟୀୟ ଛଅ ଶହ ଲୋକଙ୍କୁ ଗୋକଣ୍ଟକ ପାଞ୍ଚଣ ଦ୍ୱାରା ବଧ କଲେ; ସେ ମଧ୍ୟ ଇସ୍ରାଏଲର ଏକ ଉଦ୍ଧାରକର୍ତ୍ତା ଥିଲେ।


ପୁଣି, ଦାଉଦ ଆପଣା ଝୁଲିରେ ହାତ ପୂରାଇ ତହିଁରୁ ଗୋଟିଏ ପଥର କାଢ଼ି ଛାଟିଣୀରେ ମାରି ସେହି ପଲେଷ୍ଟୀୟର କପାଳକୁ ଆଘାତ କଲେ; ତହିଁରେ ସେ ପଥର ତାହା କପାଳରେ ପଶିଯାʼନ୍ତେ, ସେ ମୁହଁ ମାଡ଼ି ଭୂମିରେ ପଡ଼ିଲା।


ତହୁଁ ଦାଉଦ ଦୌଡ଼ିଯାଇ ସେହି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ତାହାର ଖଡ୍ଗ ଧରି ଖାପରୁ କାଢ଼ି ତାହାକୁ ବଧ କଲେ ଓ ତଦ୍ଦ୍ୱାରା ତାହାର ମସ୍ତକ ଛେଦନ କଲେ। ଆଉ ପଲେଷ୍ଟୀୟମାନେ ଆପଣାମାନଙ୍କ ବୀରକୁ ମୃତ ଦେଖି ପଳାଇଲେ।


କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦଙ୍କୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ?”


Swiv nou:

Piblisite


Piblisite