Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅନନ୍ତର ଶାଉଲ ଦାଉଦଙ୍କୁ କହିଲେ, ମେରବ୍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର। ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।

Gade chapit la Kopi

ଓଡିଆ ବାଇବେଲ

17 ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର। ଶାଉଲ ମନେ କଲେ, ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।

Gade chapit la Kopi

ପବିତ୍ର ବାଇବଲ

17 କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା'ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା'ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”

Gade chapit la Kopi




1 ଶାମୁୟେଲ 18:17
22 Referans Kwoze  

ବିନୟ କରୁଅଛି, ଆପଣଙ୍କ ଦାସୀର ଅପରାଧ କ୍ଷମା କରନ୍ତୁ; ମୋର ପ୍ରଭୁ ସଦାପ୍ରଭୁଙ୍କ ପକ୍ଷରେ ଯୁଦ୍ଧ କରୁଅଛନ୍ତି, ଏଥିପାଇଁ ସଦାପ୍ରଭୁ ମୋର ପ୍ରଭୁଙ୍କ ଗୃହ ନିଶ୍ଚୟ ସୁସ୍ଥିର କରିବେ ଓ ଯାବଜ୍ଜୀବନ ଆପଣଙ୍କଠାରେ ମନ୍ଦତା ଦେଖା ନ ଯିବ।


ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।


ତହୁଁ ଇସ୍ରାଏଲ ଲୋକମାନେ କହିଲେ, “ଏହି ଯେ ଲୋକ ଉଠି ଆସିଅଛି, ଏହାକୁ କʼଣ ତୁମ୍ଭେମାନେ ଦେଖିଲ? ନିଶ୍ଚୟ ଇସ୍ରାଏଲକୁ ତୁଚ୍ଛ କରିବା ପାଇଁ ସେ ଉଠି ଆସିଅଛି; ପୁଣି, ଏହାକୁ ଯେଉଁ ଲୋକ ବଧ କରିବ, ରାଜା ତାହାକୁ ବହୁତ ଧନରେ ଧନବାନ କରିବେ ଓ ତାହାକୁ ଆପଣା କନ୍ୟା ଦେବେ, ଆଉ ଇସ୍ରାଏଲ ମଧ୍ୟରେ ତାହାର ପିତୃଗୃହକୁ କରମୁକ୍ତ କରିବେ।”


ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”


ଆଉ ଏହି ସମସ୍ତ ସମାଜ ଜାଣିବେ ଯେ, ସଦାପ୍ରଭୁ ଖଡ୍ଗ ଓ ବର୍ଚ୍ଛା ଦ୍ୱାରା ଉଦ୍ଧାର କରନ୍ତି ନାହିଁ; କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ସେ ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କରିବେ।”


ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ-ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।


ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”


ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।


ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।


ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”


ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,


ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧର ନଳାକାର ପୁସ୍ତକରେ କଥିତ ଅଛି, ଯଥା “ସୁଫଃରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,


ଯୋନାଥନ ଓ ଯିଶ୍‍ବି ଓ ମଲ୍‍କୀଶୂୟ ଶାଉଲଙ୍କର ପୁତ୍ର ଥିଲେ; ଆଉ ତାଙ୍କର ଦୁଇ କନ୍ୟାର ନାମ ଏହି; ଜ୍ୟେଷ୍ଠାର ନାମ ମେରବ୍‍ ଓ କନିଷ୍ଠାର ନାମ ମୀଖଲ,


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।


ଏଉତ୍ତାରେ ଦାଉଦ ସିକ୍ଲଗ୍‍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍‍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍‍ ଓ ଯତ୍ତୀର


ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।


ଘୃଣାକାରୀ ଆପଣା ଓଷ୍ଠରେ କପଟ କରେ, ମାତ୍ର ମନରେ ପ୍ରବଞ୍ଚନା ରଖେ।


ସେ ମିଷ୍ଟ ସ୍ୱରରେ କହିଲେ, ତାହାକୁ ବିଶ୍ୱାସ କର ନାହିଁ, ଯେହେତୁ ତାହାର ହୃଦୟରେ ସାତୋଟି ଘୃଣ୍ୟ ବିଷୟ ଥାଏ।


ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।


Swiv nou:

Piblisite


Piblisite