Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, “ତୁମ୍ଭେ ଆଜି ଦ୍ୱିତୀୟ ଥର ମୋର ଜୁଆଁଇ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ଵରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ଵିତୀୟବାର ମୋର ଜୁଆଁଇ ହେବ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ଶାଉଲ କହିଲେ, ମୁଁ ତାହାକୁ ସେହି କନ୍ୟା ଦେବି, ତହିଁରେ ସେ ତାହାର ଫାନ୍ଦ ସ୍ୱରୂପ ହେବ ଓ ପଲେଷ୍ଟୀୟମାନଙ୍କ ହସ୍ତ ତାହାର ପ୍ରତିକୂଳ ହେବ। ଏଣୁ ଶାଉଲ ଦାଉଦଙ୍କୁ କହିଲେ, ତୁମ୍ଭେ ଆଜି ଦ୍ୱିତୀୟବାର ମୋର ଜୁଆଁଇ ହେବ।

Gade chapit la Kopi

ପବିତ୍ର ବାଇବଲ

21 ଶାଉଲ ଭାବିଲେ, “ମୁଁ ମୀଖଲ ମାଧ୍ୟମରେ ଦାଉଦକୁ ଫାସରେ ପକାଇ ଦେବି। ମୁଁ ମୀଖଲକୁ ଦାଉଦଙ୍କ ସହିତ ବିବାହ ଦେବି। ଏବଂ ତା'ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦେବେ।” ତେଣୁ ଶାଉଲ ଦାଉଦଙ୍କୁ ଦ୍ୱିତୀୟ ଥର ପାଇଁ କହିଲେ, “ତୁମ୍ଭେ ଆଜି ମୋର କନ୍ୟାକୁ ବିବାହ କରିପାର।”

Gade chapit la Kopi




1 ଶାମୁୟେଲ 18:21
11 Referans Kwoze  

ଏଥିଉତ୍ତାରେ ଶାଉଲ ଦାଉଦଙ୍କୁ କହିଲେ, “ମେରବ୍‍ ନାମ୍ନୀ ମୋହର ଜ୍ୟେଷ୍ଠା କନ୍ୟାକୁ ଦେଖ, ମୁଁ ତୁମ୍ଭ ସଙ୍ଗରେ ତାହାର ବିବାହ ଦେବି; କେବଳ ତୁମ୍ଭେ ମୋହର ପକ୍ଷରେ ବିକ୍ରମୀ ହୁଅ ଓ ସଦାପ୍ରଭୁଙ୍କ ଯୁଦ୍ଧରେ ଯୁଦ୍ଧ କର।” ଶାଉଲ ମନେ କଲେ, “ମୋହର ହସ୍ତ ତାହା ଉପରେ ନ ଉଠୁ, ମାତ୍ର ପଲେଷ୍ଟୀୟମାନଙ୍କ ହସ୍ତ ତାହା ଉପରେ ଉଠୁ।”


ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।


ପୁଣି, ତାଙ୍କର ଦାସମାନେ ଦାଉଦଙ୍କୁ ଏହି କଥା ଜଣାନ୍ତେ, ରାଜାଙ୍କର ଜୁଆଁଇ ହେବା ପାଇଁ ଦାଉଦଙ୍କ ଦୃଷ୍ଟିରେ ପସନ୍ଦ ହେଲା।


ଏଥିଉତ୍ତାରେ ଫାରୋଙ୍କର ଦାସଗଣ ତାଙ୍କୁ କହିଲେ, “ଏ ମନୁଷ୍ୟ କେତେ କାଳ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ? ଏହି ଲୋକମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ସେବା କରିବା ପାଇଁ ଏମାନଙ୍କୁ ଯିବାକୁ ଦେଉନ୍ତୁ; ମିସର ଦେଶ ଯେ ନଷ୍ଟ ହେଲାଣି, ଏହା କି ଆପଣ ଏବେ ହେଁ ବୁଝନ୍ତି ନାହିଁ?”


କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି।


ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।


ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।


ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”


Swiv nou:

Piblisite


Piblisite