Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, “ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।

Gade chapit la Kopi

ଓଡିଆ ବାଇବେଲ

23 ତହିଁରେ ଶାଉଲଙ୍କର ଦାସମାନେ ଦାଉଦଙ୍କର କର୍ଣ୍ଣଗୋଚରରେ ଏହି କଥା କହିଲେ। ତହୁଁ ଦାଉଦ କହିଲେ, ରାଜାଙ୍କର ଜୁଆଁଇ ହେବା ତୁମ୍ଭମାନଙ୍କ ଦୃଷ୍ଟିରେ କି କ୍ଷୁଦ୍ର କଥା ? କାରଣ ମୁଁ ଦରିଦ୍ର ଲୋକ ଓ ଅଳ୍ପମାନ୍ୟ।

Gade chapit la Kopi

ପବିତ୍ର ବାଇବଲ

23 ଶାଉଲଙ୍କ ଦାସମାନେ ଏ କଥା ଦାଉଦଙ୍କୁ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭେ କ’ଣ ଭାବୁଛ ରାଜାଙ୍କର ଜ୍ୱାଇଁ ହେବା ଅତି ସହଜ? ମୋର ଏତେ ଅର୍ଥ ନାହିଁ ଯାହାକି ମୁଁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରି ପାରିବି। ମୁଁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମୋର ଅଳ୍ପ ମାନ୍ୟ।”

Gade chapit la Kopi




1 ଶାମୁୟେଲ 18:23
12 Referans Kwoze  

ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।


ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥାʼନ୍ତି।


ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।


ତହୁଁ ଶାଉଲ ଉତ୍ତର କରି କହିଲେ, “ମୁଁ କି ଇସ୍ରାଏଲ ବଂଶସମୂହ ମଧ୍ୟରେ କ୍ଷୁଦ୍ରତମ ବିନ୍ୟାମୀନ୍ ବଂଶୀୟ ନୁହେଁ? ଆଉ ବିନ୍ୟାମୀନ୍ ବଂଶୀୟ ସମସ୍ତ ପରିବାର ମଧ୍ୟରେ ମୋର ପରିବାର କି କ୍ଷୁଦ୍ରତମ ନୁହେଁ? ତେବେ ତୁମ୍ଭେ ମୋତେ ଏପ୍ରକାର କଥା କାହିଁକି କହୁଅଛ?”


ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।


ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।”


ଏଥିରେ ଦାଉଦ ଶାଉଲଙ୍କୁ କହିଲେ, “ମୁଁ କିଏ ଓ ମୋହର ଜୀବନ କଅଣ ଓ ଇସ୍ରାଏଲ ମଧ୍ୟରେ ମୋହର ପିତୃବଂଶ କଅଣ ଯେ, ମୁଁ ମହାରାଜାଙ୍କ ଜୁଆଁଇ ହେବି?”


ଏଉତ୍ତାରେ ଶାଉଲ ଆପଣା ଦାସମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଗୋପନରେ ଦାଉଦ ସଙ୍ଗେ ଆଳାପ କରି କୁହ, ‘ଦେଖ, ରାଜା ତୁମ୍ଭ ଉପରେ ସନ୍ତୁଷ୍ଟ ଅଛନ୍ତି ଓ ତାଙ୍କର ସମସ୍ତ ଦାସ ତୁମ୍ଭଙ୍କୁ ପ୍ରେମ କରୁଅଛନ୍ତି; ଏହେତୁ ତୁମ୍ଭେ ରାଜାଙ୍କର ଜୁଆଁଇ ହୁଅ।’”


ଏଥିରେ ଦାଉଦ ଏପରି ଏପରି କହିଲେ ବୋଲି ଶାଉଲଙ୍କ ଦାସମାନେ ତାଙ୍କୁ ଜଣାଇ କହିଲେ।


ଯେଉଁ ଲୋକ ଆପଣା ପ୍ରତିବାସୀର ଚାଟୁବାଦ କରେ, ସେ ତାହାର ପାଦ ପାଇଁ ଜାଲ ପ୍ରସାରେ।


Swiv nou:

Piblisite


Piblisite