Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ଵ ଛଡ଼ା ତାହାର ଆଉ କଅଣ ପାଇବାର ବାକୀ ଅଛି?

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, ସେମାନେ ଦାଉଦକୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି ?

Gade chapit la Kopi

ପବିତ୍ର ବାଇବଲ

8 ଏଥିରେ ଶାଉଲ ଅତି ରାଗିଗଲେ ଓ ବ୍ୟତିବ୍ୟସ୍ତ ହୋଇ ପଡ଼ିଲେ। ଏଣୁ ସେ ଚିନ୍ତା କଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭକୁ କେବଳ ସହସ୍ର ସହସ୍ର ଜୟୀ ବୋଲି କହିଲେ। ରାଜ୍ୟ ପାଇବା ଛଡ଼ା ତା'ର ଆଉ କ’ଣ ପାଇବାର ବାକି ଅଛି?”

Gade chapit la Kopi




1 ଶାମୁୟେଲ 18:8
16 Referans Kwoze  

ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ଇସ୍ରାଏଲର ରାଜତ୍ୱ ଟାଣି ଚିରିଲେ ଓ ତୁମ୍ଭଠାରୁ ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ।


ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।


ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?


ଯେତେବେଳେ ହାମନ୍‍ ଦେଖିଲେ ଯେ, ମର୍ଦ୍ଦଖୟ ନତ ହେଲେ ନାହିଁ କିଅବା ତାହାଙ୍କୁ ପ୍ରଣାମ କଲେ ନାହିଁ, ସେତେବେଳେ ସେ କ୍ରୋଧରେ ପରିପୂର୍ଣ୍ଣ ହେଲେ।


କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋʼ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋʼ କତିକି ଆଣ, କାରଣ ସେ ନିଶ୍ଚୟ ମରିବ।”


କୋପ ନିଷ୍ଠୁର ଓ କ୍ରୋଧ ପ୍ରଳୟକାରୀ; ମାତ୍ର ଅନ୍ତର୍ଜ୍ୱାଳା ଆଗରେ କିଏ ଠିଆ ହୋଇପାରେ?


ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।


ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।”


ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।


ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।”


ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”


ଏଥିଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ କର୍ଣ୍ଣଗୋଚରରେ ମନ୍ଦ କଥା କହି ବଚସାକାରୀ ଲୋକମାନଙ୍କ ତୁଲ୍ୟ ହେଲେ; ପୁଣି, ସଦାପ୍ରଭୁ ତାହା ଶୁଣନ୍ତେ, ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା; ତହିଁରେ ସଦାପ୍ରଭୁଙ୍କର ଅଗ୍ନି ସେମାନଙ୍କ ମଧ୍ୟରେ ପ୍ରଜ୍ୱଳିତ ହୋଇ ଛାଉଣିର ପ୍ରାନ୍ତଭାଗ ଗ୍ରାସ କଲା।


ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।


ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।


ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।


ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।


Swiv nou:

Piblisite


Piblisite