Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।

Gade chapit la Kopi

ପବିତ୍ର ବାଇବଲ

1 ଶାଉଲ ଦାଉଦଙ୍କୁ ହତ୍ୟା କରିବା ପାଇଁ ତାଙ୍କର ପୁତ୍ର ଯୋନାଥନ ଓ ତାଙ୍କର ଦାସମାନଙ୍କୁ କହିଲେ। କିନ୍ତୁ ଯୋନାଥନ ଦାଉଦଙ୍କୁ ବହୁତ ଭଲ ପାଉଥିଲେ।

Gade chapit la Kopi




1 ଶାମୁୟେଲ 19:1
10 Referans Kwoze  

ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।


ସେହି ଦିନାବଧି ଶାଉଲ ଦାଉଦଙ୍କ ପ୍ରତି କୁଦୃଷ୍ଟି ରଖିଲେ।


ଏଥିରେ ଶାଉଲ ଅତି କ୍ରୁଦ୍ଧ ହେଲେ ଓ ଏହି କଥା ତାଙ୍କର ଦୃଷ୍ଟିରେ ମନ୍ଦ ବୋଧ ହେଲା; ଏଣୁ ସେ କହିଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭଙ୍କୁ କେବଳ ସହସ୍ର ସହସ୍ରର ଜୟୀ ବୋଲି କହିଲେ; ରାଜତ୍ୱ ଛଡ଼ା ତାହାର ଆଉ କଅଣ ପାଇବାର ବାକି ଅଛି?”


ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;


ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।


ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।


ତହିଁରେ ଶାଉଲ କହିଲେ, “ତୁମ୍ଭେମାନେ ଦାଉଦଙ୍କୁ ଏପରି କୁହ, ‘ରାଜା କିଛି ମୂଲ୍ୟ ଚାହାନ୍ତି ନାହିଁ, ମାତ୍ର ରାଜାଙ୍କ ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ନିମନ୍ତେ ପଲେଷ୍ଟୀୟମାନଙ୍କର ଶହେ ସୁନ୍ନତ ଚର୍ମ ଚାହାନ୍ତି।’” ପଲେଷ୍ଟୀୟମାନଙ୍କ ହସ୍ତ ଦ୍ୱାରା ଦାଉଦଙ୍କୁ ବଧ କରିବା ପାଇଁ ଶାଉଲଙ୍କର ବିଚାର ଥିଲା।


ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”


ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।


ଏଉତ୍ତାରେ ସେମାନେ ଈଶ୍‍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍‍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”


Swiv nou:

Piblisite


Piblisite