Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 19:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, “ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;

Gade chapit la Kopi

ପବିତ୍ର ବାଇବଲ

4 ଯୋନାଥନ ତାଙ୍କର ପିତା ଶାଉଲଙ୍କ ସହିତ କଥା ହେଲେ। ଯୋନାଥନ ଦାଉଦଙ୍କ ବିଷୟରେ ଭଲ କଥା ତାଙ୍କ ପିତାଙ୍କୁ କହିଲେ। ଯୋନାଥନ କହିଲେ, “ମହାରାଜ ଆପଣା ଦାସ ଦାଉଦଙ୍କ ବିରୁଦ୍ଧରେ ପାପ କରନ୍ତୁ ନାହିଁ। କାରଣ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ। ତା'ର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି।

Gade chapit la Kopi




1 ଶାମୁୟେଲ 19:4
15 Referans Kwoze  

ମଙ୍ଗଳର ପରିଶୋଧରେ କି ଅମଙ୍ଗଳ କରାଯିବ? କାରଣ ସେମାନେ ମୋʼ ପ୍ରାଣ ପାଇଁ ଗର୍ତ୍ତ ଖୋଳିଅଛନ୍ତି। ମୁଁ ସେମାନଙ୍କଠାରୁ ତୁମ୍ଭର ପ୍ରଚଣ୍ଡ କ୍ରୋଧ ଫେରାଇବା ନିମନ୍ତେ ସେମାନଙ୍କ ପକ୍ଷରେ ମଙ୍ଗଳଜନକ କଥା କହିବା ପାଇଁ କିପରି ତୁମ୍ଭ ସମ୍ମୁଖରେ ଠିଆ ହେଲି, ଏହା ସ୍ମରଣ କର।


ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”


ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।


ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, “ସେ କାହିଁକି ହତ ହେବ? ସେ କଅଣ କରିଅଛି?”


ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।


ଏଥିରେ ଅହୀମେଲକ୍‍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱସ୍ତ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍‍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।


ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ।


କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ, ଯେବେ ତାହାକୁ ଶପଥ କରାଇବା ପାଇଁ ଶପଥ ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ;


ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ?” ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।


ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।


ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।


ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।


Swiv nou:

Piblisite


Piblisite