Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; “ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହା ଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପୁଣି ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଫିଟିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।

Gade chapit la Kopi

ଓଡିଆ ବାଇବେଲ

1 ପୁଣି, ହାନ୍ନା ପ୍ରାର୍ଥନା କରି କହିଲା; ମୋହର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି, ସଦାପ୍ରଭୁଙ୍କଠାରେ ମୋହର ଶୃଙ୍ଗ ଉନ୍ନତ ହୋଇଅଛି; ମୋହର ମୁଖ ମୋର ଶତ୍ରୁମାନଙ୍କ ନିକଟରେ ଖୋଲିଅଛି; ଯେହେତୁ ମୁଁ ତୁମ୍ଭ ପରିତ୍ରାଣରେ ଆନନ୍ଦ କରେ।

Gade chapit la Kopi

ପବିତ୍ର ବାଇବଲ

1 ହାନ୍ନା ପ୍ରାର୍ଥନା କରି କହିଲା, “ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି। ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି। ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି। ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ।

Gade chapit la Kopi




1 ଶାମୁୟେଲ 2:1
37 Referans Kwoze  

ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;


କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ବରଙ୍କ ନିକଟରେ ଜଣାଅ।


ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।


କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ୱରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ।


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ।


ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।


ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।


କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।


ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି।


ସଦାପ୍ରଭୁ ମୋହର ବଳ ଓ ଗାନ; ପୁଣି, ସେ ମୋହର ପରିତ୍ରାଣ ହୋଇଅଛନ୍ତି।


ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।


ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”


ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


ହେ ପ୍ରଭୋ, ମୋʼ ଓଷ୍ଠାଧର ଫିଟାଅ, ତହିଁରେ ମୋʼ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।


ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।


ହବକ୍କୂକ ଭବିଷ୍ୟଦ୍‍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍‍।


ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।


ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।


ହେ ସ୍ୱର୍ଗ, ହେ ସାଧୁବୃନ୍ଦ, ହେ ପ୍ରେରିତବର୍ଗ, ହେ ସମସ୍ତ ଭାବବାଦୀ, ତୁମ୍ଭେମାନେ ତାହାର ପତନରେ ଆନନ୍ଦ କର, କାରଣ ଈଶ୍ବର ତୁମ୍ଭମାନଙ୍କ ସକାଶେ ତାହାଠାରୁ ପ୍ରତିଶୋଧ ନେଇଅଛନ୍ତି।’”


ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,


ଆଉ, ଆସଫର ବଂଶଜାତ ସବ୍‍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍‍ବୁକୀୟ ଦ୍ୱିତୀୟ ଥିଲା; ପୁଣି, ଯିଦୂଥୂନ୍-ବଂଶଜାତ ଗାଲଲ୍‍ର ପୌତ୍ର ଶମ୍ମୂୟର ପୁତ୍ର ଅବ୍‍ଦ।


ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।”


ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।


ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି, ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।


ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।


ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍‍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।


ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [ସେଲା]


କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।


Swiv nou:

Piblisite


Piblisite