Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥିମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି ସଦାପ୍ରଭୁ ହାନ୍ନାର ତତ୍ତ୍ଵାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

21 ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

21 ପୁଣି ସଦାପ୍ରଭୁ ହାନ୍ନା ପ୍ରତି ଦୟା କଲେ ଓ ସେ ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲା। ଏଥି ମଧ୍ୟରେ ବାଳକ ଶାମୁୟେଲ ସଦାପ୍ରଭୁଙ୍କ ଉପସ୍ଥିତିରେ ବଢ଼ିଲା।

Gade chapit la Kopi




1 ଶାମୁୟେଲ 2:21
11 Referans Kwoze  

ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।


ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ।


ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।


ମାତ୍ର ବାଳକ ଶାମୁୟେଲ କ୍ରମେ କ୍ରମେ ବୃଦ୍ଧି ପାଇଲେ, ପୁଣି, ସଦାପ୍ରଭୁଙ୍କର ଓ ମଧ୍ୟ ମନୁଷ୍ୟର ସାକ୍ଷାତରେ ଅନୁଗ୍ରହପ୍ରାପ୍ତ ହେଲେ।


ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।


“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି;


ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।


Swiv nou:

Piblisite


Piblisite