Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନ; କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ ।

Gade chapit la Kopi

ଓଡିଆ ବାଇବେଲ

30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।

Gade chapit la Kopi

ପବିତ୍ର ବାଇବଲ

30 “ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।

Gade chapit la Kopi




1 ଶାମୁୟେଲ 2:30
39 Referans Kwoze  

କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”


“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।


ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ।


ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।


ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ସଦାପ୍ରଭୁ ମୋହର ଧର୍ମାନୁସାରେ ମୋତେ ପୁରସ୍କାର ଦେଲେ; ମୋʼ ହସ୍ତର ଶୌଚ ଅନୁସାରେ ସେ ମୋତେ ଫଳ ଦେଲେ।


ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ।


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋʼ କତିକି ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’”


ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


ତୁମ୍ଭେମାନେ କିପରି ବିଶ୍ୱାସ କରିପାର? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ବରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।


ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’”


ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’


ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।


ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।


ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।


ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।


ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।


ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।


ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।


ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”


ନିର୍ମଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ନିର୍ମଳ ଦେଖାଇବ। ଆଉ, କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ;


ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।


କାରଣ ଦେଖ, ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ କ୍ଷୁଦ୍ର ଓ ମନୁଷ୍ୟମାନଙ୍କ ମଧ୍ୟରେ ଅବଜ୍ଞାତ କରିଅଛୁ।


ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍‍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।


Swiv nou:

Piblisite


Piblisite