Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି ।

Gade chapit la Kopi

ଓଡିଆ ବାଇବେଲ

8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।

Gade chapit la Kopi




1 ଶାମୁୟେଲ 2:8
31 Referans Kwoze  

ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।


ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ବର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତ କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍‍।


କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।


ତେଣୁ ଶାମୁୟେଲ କହିଲେ, “କୁହ ଦେଖି, ତୁମ୍ଭେ ଆପଣା ଦୃଷ୍ଟିରେ କ୍ଷୁଦ୍ର ହେଲେ ହେଁ କି ଇସ୍ରାଏଲ ବଂଶସମୂହର ମସ୍ତକ ହୋଇ ନାହଁ? ପୁଣି, ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲ ଉପରେ ରାଜା କରି ଅଭିଷିକ୍ତ କଲେ;


ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।


ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”


ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ;


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ତୁମ୍ଭେ ପୃଥିବୀର ମୂଳ ଏପରି ସ୍ଥାପନ କରିଅଛ ଯେ, ତାହା କଦାପି ବିଚଳିତ ହେବ ନାହିଁ।


ତୁମ୍ଭେ ଆଦ୍ୟରୁ ପୃଥିବୀର ମୂଳ ସ୍ଥାପନ କରିଅଛ; ପୁଣି, ଆକାଶମଣ୍ଡଳ ତୁମ୍ଭର ହସ୍ତକୃତ କର୍ମ।


କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।


ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।


ଏଣୁ ସେ ସର୍ବାଙ୍ଗ କୁଣ୍ଡାଇବା ପାଇଁ ଖଣ୍ଡେ ଖପରା ନେଲା ଓ ସେ ଭସ୍ମ ମଧ୍ୟରେ ବସିଲା।


ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”


ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟଗଣର ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ପୁଣି ମନୁଷ୍ୟମାନଙ୍କ ମଧ୍ୟରେ ନୀଚତମ ଲୋକକୁ ତହିଁ ଉପରେ ନିଯୁକ୍ତ କରନ୍ତି, ଜୀବିତ ଲୋକମାନେ ଯେପରି ଏହା ଜାଣିବେ, ଏଥିପାଇଁ ଏହି ବାକ୍ୟ ପ୍ରହରୀଗଣର ଆଦେଶରେ ଓ ଏହି ଦାବୀ ପବିତ୍ରଗଣର ବାକ୍ୟ ଦ୍ୱାରା ହୋଇଅଛି।’


“ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;


ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍‍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍‍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। [ସେଲା]


ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।


ତଥାପି ସେ ଦୀନହୀନକୁ ଦୁଃଖରୁ ଉଚ୍ଚରେ ସ୍ଥାପନ କରନ୍ତି ଓ ମେଷପଲ ତୁଲ୍ୟ ତାହାକୁ ପରିବାର ଦିଅନ୍ତି।


ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।


ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;


Swiv nou:

Piblisite


Piblisite