Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି ? ମୋହର ଅପରାଧ କଅଣ ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ

1 ଦାଉଦ ନାୟୋତଠାରୁ ରାମାକୁ ପଳାୟନ କଲେ। ଦାଉଦ ଯୋନାଥନଙ୍କ ପାଖକୁ ଯାଇ ପଗ୍ଭରିଲେ, “ମୁଁ କ’ଣ ଭୁଲ୍ କଲି, ମୁଁ ତୁମ୍ଭ ପିତାଙ୍କ ବିରୁଦ୍ଧରେ କ’ଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମୋତେ ମାରିବାକୁ ଗ୍ଭହୁଁଛନ୍ତି?”

Gade chapit la Kopi




1 ଶାମୁୟେଲ 20:1
19 Referans Kwoze  

ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।


ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବାନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।


ପୁଣି, ସେ ଦାଉଦଙ୍କୁ କହିଲେ, “ତୁମ୍ଭେ ମୋʼ ଠାରୁ ଅଧିକ ଧାର୍ମିକ; କାରଣ ମୁଁ ତୁମ୍ଭର ମନ୍ଦ କଲେ ହେଁ ତୁମ୍ଭେ ମୋହର ଭଲ କରିଅଛ।


ଆହୁରି ମୋହର ପିତା, ଦେଖନ୍ତୁ, ହଁ, ମୋର ହାତରେ ଆପଣଙ୍କ ଚୋଗାଧଡ଼ି ଦେଖନ୍ତୁ; ମୁଁ ଯେ ଆପଣଙ୍କ ଚୋଗାଧଡ଼ି କାଟିଲି, ମାତ୍ର ଆପଣଙ୍କୁ ବଧ ନ କଲି, ଏଥିରୁ ଆପଣ ବୁଝନ୍ତୁ ଓ ଦେଖନ୍ତୁ ଯେ, ମୋʼ ହାତରେ କିଛି ମନ୍ଦ ବା ଅଧର୍ମ ନାହିଁ, ଆପଣ ମୋʼ ପ୍ରାଣକୁ ଧରିବା ପାଇଁ ଅନ୍ୱେଷଣ କଲେ ହେଁ ମୁଁ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ।


ଆଉ ଦାଉଦ ଶାଉଲଙ୍କୁ କହିଲେ, “ଦେଖନ୍ତୁ, ଦାଉଦ ଆପଣଙ୍କର ଅନିଷ୍ଟ ଚାହୁଁଅଛି, ଲୋକମାନଙ୍କର ଏପରି କଥା ଆପଣ କାହିଁକି ଶୁଣୁଅଛନ୍ତି?”


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


ତହୁଁ ସେ ତାଙ୍କୁ କହିଲା; “ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼ ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।”


କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋʼ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। [ସେଲା]


ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ।


ଏଥିମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହାସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ।


ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, “ସେ କାହିଁକି ହତ ହେବ? ସେ କଅଣ କରିଅଛି?”


ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ଆହୁରି ସେ କହିଲେ, “ମୋର ପ୍ରଭୁ ଆପଣା ଦାସ ପଛେ ପଛେ କାହିଁକି ଗୋଡ଼ାଇଅଛନ୍ତି? ମୁଁ କଅଣ କରିଅଛି? ଅବା ମୋʼ ହାତରେ କେଉଁ ମନ୍ଦତା ଅଛି?


Swiv nou:

Piblisite


Piblisite