Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ଦାଉଦ ଯୋନାଥନକୁ କହିଲେ, “ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ ?

Gade chapit la Kopi

ପବିତ୍ର ବାଇବଲ

10 ଦାଉଦ କହିଲେ, “କିଏ ମୋତେ ସତର୍କ କରାଇବ। ଯଦି ତୁମ୍ଭର ବାପା ତୁମ୍ଭକୁ ରୁକ୍ଷ ଭାବରେ ଉତ୍ତର ଦିଅନ୍ତି?”

Gade chapit la Kopi




1 ଶାମୁୟେଲ 20:10
10 Referans Kwoze  

ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ।


ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”


ଏଥିମଧ୍ୟରେ ଯୁବାମାନଙ୍କ ମଧ୍ୟରୁ ଜଣେ ନାବଲର ଭାର୍ଯ୍ୟା ଅବୀଗଲକୁ ଜଣାଇ କହିଲା, “ଦେଖ, ଦାଉଦ ଆମ୍ଭମାନଙ୍କ କର୍ତ୍ତାଙ୍କୁ ମଙ୍ଗଳବାଦ କରିବା ନିମନ୍ତେ ପ୍ରାନ୍ତରରୁ ଦୂତମାନଙ୍କୁ ପଠାଇଥିଲେ, ତହିଁରେ ସେ ସେମାନଙ୍କୁ ଖାଇ ଗୋଡ଼ାଇଲେ।


ତହିଁରେ ନାବଲ ଦାଉଦଙ୍କର ଦାସମାନଙ୍କୁ ଉତ୍ତର ଦେଇ କହିଲା, “ଦାଉଦ କିଏ? ଯିଶୀର ପୁତ୍ର କିଏ? ଆଜିକାଲି ଅନେକ ଦାସ ଅଛନ୍ତି, ଯେଉଁମାନେ ଆପଣା ଆପଣା ମୁନିବଠାରୁ ବିଗିଡ଼ି ବୁଲୁଛନ୍ତି।


“ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।


ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”


ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?”


ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, “ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ।” ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ।


Swiv nou:

Piblisite


Piblisite