Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସେ ତାଙ୍କୁ କହିଲା; “ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼ ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।

Gade chapit la Kopi

ଓଡିଆ ବାଇବେଲ

2 ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ ? ସେପରି ନୁହେଁ।

Gade chapit la Kopi

ପବିତ୍ର ବାଇବଲ

2 ଯୋନାଥନ ତାଙ୍କ ଉତ୍ତରରେ କହିଲେ, “ତାହା ସତ୍ୟ ହୋଇ ପାରିବ ନାହିଁ। ମୋର ବାପା ମୋତେ ପ୍ରଥମେ ନ ପଗ୍ଭରି କିଛି କରନ୍ତି ନାହିଁ। ସାଧାରଣ କଥା ହୋଇଥାଉ କିମ୍ବା ଗୁରୁତ୍ୱପୂର୍ଣ୍ଣ କଥା ହୋଇଥାଉ, ସେ ସର୍ବଦା ମୋ’ ସହିତ ପରାମର୍ଶ କରନ୍ତି। ମୋତେ ନ ପଗ୍ଭରି କାହିଁକି ତୁମ୍ଭକୁ ମାରିବାକୁ ଗ୍ଭହିଁଲେ? ନା! ଏହା ସତ୍ୟ ନୁହେଁ?”

Gade chapit la Kopi




1 ଶାମୁୟେଲ 20:2
14 Referans Kwoze  

କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି।


ଶାଉଲ ଆସିବାର ଦିନକ ପୂର୍ବେ ସଦାପ୍ରଭୁ ଶାମୁୟେଲଙ୍କ କର୍ଣ୍ଣରେ ଏହି କଥା କହିଥିଲେ,


ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି?


ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।


ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”


ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।


ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି।


ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”


ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।


ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।


ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।


ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, “ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି?”


ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, “ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହାହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି।”


ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।


Swiv nou:

Piblisite


Piblisite