Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ଦାଉଦ ଯୋନାଥନକୁ କହିଲେ, “ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।

Gade chapit la Kopi

ଓଡିଆ ବାଇବେଲ

5 ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି।

Gade chapit la Kopi

ପବିତ୍ର ବାଇବଲ

5 ତା'ପରେ ଦାଉଦ କହିଲେ, “ଦେଖ ଆସନ୍ତା କାଲି ଅମାବାସ୍ୟାର ଭୋଜି। ମୋତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡ଼ିବ କିନ୍ତୁ ମୋତେ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ ଲୁଚିବାକୁ ଅନୁମତି ଦିଅ।

Gade chapit la Kopi




1 ଶାମୁୟେଲ 20:5
17 Referans Kwoze  

ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;


ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।


ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।


ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ;


ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।


କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ; କଲେ ତାହା ମୁଁ ସହ୍ୟ କରିପାରନ୍ତି; କିଅବା ମୋହର ଘୃଣାକାରୀ ମୋʼ ବିରୁଦ୍ଧରେ ଦର୍ପ କଲା ନାହିଁ, କଲେ ତାହାଠାରୁ ମୁଁ ଆପଣାକୁ ଲୁଚାନ୍ତି;


ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ।


ଯେବେ ତୁମ୍ଭ ପିତା ମୋʼ ବିଷୟ କିଛି ପଚାରିବେ, ତେବେ କହିବ, ‘ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ।’


ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”


ତେବେ ଯୋନାଥନ ଦାଉଦଙ୍କୁ କହିଲା, “ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି।”


ପୁଣି, ଯୋନାଥନ ତାଙ୍କୁ କହିଲା, “କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ।


ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।


ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, “ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?”


“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?


Swiv nou:

Piblisite


Piblisite