Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ?

Gade chapit la Kopi

ଓଡିଆ ବାଇବେଲ

8 ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ ?

Gade chapit la Kopi

ପବିତ୍ର ବାଇବଲ

8 ଯୋନାଥନ ମୋ’ ଉପରେ ଦୟାକର, ମୁଁ ତୁମ୍ଭର ଦାସ ଅଟେ। ତୁମ୍ଭେ ମୋ’ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଏକ ଚୁକ୍ତି କଲ। ଯଦି ମୁଁ ଦୋଷି ତେବେ ତୁମ୍ଭେ ମୋତେ ମାରି ଦିଅ। କିନ୍ତୁ ଦୟାକରି ମୋତେ ତୁମ୍ଭ ପିତାଙ୍କ ପାଖକୁ ନିଅ ନାହିଁ।”

Gade chapit la Kopi




1 ଶାମୁୟେଲ 20:8
16 Referans Kwoze  

ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”


ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।


ଏଥିରେ ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ; ତହୁଁ ଦାଉଦ ବଣରେ ବାସ କଲେ ଓ ଯୋନାଥନ ଆପଣା ଘରକୁ ଗଲା।


ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, “ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।”


ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।


ଦୟା ଓ ସତ୍ୟତା ତୁମ୍ଭକୁ ପରିତ୍ୟାଗ ନ କରୁ; ଆପଣା କଣ୍ଠରେ ଉଭୟକୁ ବାନ୍ଧ ଓ ଆପଣା ଚିତ୍ତରୂପ ପଟାରେ ଲେଖି ରଖ।


ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”


ତହିଁରେ ଦାଉଦ ସେମାନଙ୍କୁ ଭେଟିବା ପାଇଁ ଯାଇ ଉତ୍ତର କରି କହିଲେ, “ଯଦି ତୁମ୍ଭେମାନେ ନିର୍ବିରୋଧ ଭାବରେ ମୋହର ସାହାଯ୍ୟ କରିବା ପାଇଁ ମୋʼ ନିକଟକୁ ଆସିଥାଅ, ତେବେ ମୋହର ଅନ୍ତଃକରଣ ତୁମ୍ଭମାନଙ୍କଠାରେ ସଂଯୁକ୍ତ ହେବ; ମାତ୍ର ମୋʼ ହସ୍ତରେ କୌଣସି ଦୌରାତ୍ମ୍ୟ ନ ଥିଲେ ହେଁ ଯଦି ତୁମ୍ଭେମାନେ ମୋʼ ଶତ୍ରୁମାନଙ୍କ ହସ୍ତରେ ମୋତେ ସମର୍ପଣ କରିବାକୁ ଆସିଥାଅ, ତେବେ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ତାହା ଦେଖନ୍ତୁ ଓ ଅନୁଯୋଗ କରନ୍ତୁ।”


ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।


“ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ-ଲଙ୍ଘନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;


ଏଥିରେ ସେମାନେ ତାହାକୁ କହିଲେ, “ତୁମ୍ଭେମାନେ ଯେବେ ଆମ୍ଭମାନଙ୍କର ଏହି କଥା ପ୍ରକାଶ ନ କରିବ, ତେବେ ତୁମ୍ଭମାନଙ୍କ ପ୍ରାଣ ବଦଳେ ଆମ୍ଭମାନଙ୍କ ପ୍ରାଣ ଯିବ; ଯେତେବେଳେ ସଦାପ୍ରଭୁ ଆମ୍ଭମାନଙ୍କୁ ଏହି ଦେଶ ଦେବେ, ସେତେବେଳେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରିବା।”


ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।


ଏହେତୁ ତୁମ୍ଭେମାନେ ଯଦି ମୋʼ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।


ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?”


ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।


Swiv nou:

Piblisite


Piblisite