Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଯୋନାଥନ କହିଲା, “ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋʼ ପିତାଙ୍କ ଦ୍ଵାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ?

Gade chapit la Kopi

ଓଡିଆ ବାଇବେଲ

9 ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ ?

Gade chapit la Kopi

ପବିତ୍ର ବାଇବଲ

9 ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।”

Gade chapit la Kopi




1 ଶାମୁୟେଲ 20:9
6 Referans Kwoze  

ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।


ଆହୁରି ଯୋନାଥନ ବାଳକକୁ ଡାକି କହିଲା, “ଚଞ୍ଚଳ ଦୌଡ଼୍‍, ରହ ନା।” ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା।


ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, “ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ;


ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି।”


ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”


ତହୁଁ ଦାଉଦ ଯୋନାଥନକୁ କହିଲେ, “ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ?”


Swiv nou:

Piblisite


Piblisite