Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, “ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ।” ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।

Gade chapit la Kopi

ଓଡିଆ ବାଇବେଲ

17 ତହୁଁ ରାଜା ଆପଣା ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଧାଉଡ଼ିଆମାନଙ୍କୁ କହିଲେ, ତୁମ୍ଭେମାନେ ଫେରି ସଦାପ୍ରଭୁଙ୍କ ଯାଜକମାନଙ୍କୁ ବଧ କର; କାରଣ ଦାଉଦ ପକ୍ଷରେ ସେମାନଙ୍କର ମଧ୍ୟ ହସ୍ତ ଅଛି, ଆଉ ସେମାନେ ଦାଉଦର ପଳାଇବା କଥା ଜାଣିଲେ ହେଁ ତାହା ମୋହର କର୍ଣ୍ଣଗୋଚର କଲେ ନାହିଁ। ମାତ୍ର ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କ ଯାଜକମାନଙ୍କୁ ଆକ୍ରମଣ କରିବା ପାଇଁ ହସ୍ତ ବଢ଼ାଇବାକୁ ଅସମ୍ମତ ହେଲେ।

Gade chapit la Kopi

ପବିତ୍ର ବାଇବଲ

17 ରାଜା ତାଙ୍କ ନିକଟରେ ଥିବା ଦେହ ରକ୍ଷୀକୁ ଆଦେଶ ଦେଲେ, “ଯାଅ, ପ୍ରଭୁଙ୍କର ଯାଜକମାନଙ୍କୁ ହତ୍ୟା କର।” ଏହିପରି କର କାରଣ ସେମାନେ ସମସ୍ତେ ଦାଉଦଙ୍କର ସପକ୍ଷରେ ଅଛନ୍ତି। ସେମାନେ ଜାଣିଲେ ଦାଉଦ ଏଠାରୁ ପଳାୟନ କରିଛି, କିନ୍ତୁ ସେମାନେ ମୋତେ ଜଣାଇଲେ ନାହିଁ। କିନ୍ତୁ ରାଜାଙ୍କର ଦାସମାନେ ସଦାପ୍ରଭୁଙ୍କର ଯାଜକଙ୍କୁ ହତ୍ୟା କରିବା ପାଇଁ ମନା କଲେ।

Gade chapit la Kopi




1 ଶାମୁୟେଲ 22:17
15 Referans Kwoze  

ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।


ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, “ଇସ୍ରାଏଲ ମଧ୍ୟରେ ଯେ ଏହି ମହା ଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କʼଣ ମରିବ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି;” ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍‍ ମନ୍ଦିରର ଗୃହକୁ ଗଲେ।


ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)


ଏହି ସମୟରେ ହଗୀତର ପୁତ୍ର ଅଦୋନୀୟ ଆପଣାକୁ ବଡ଼ କରି କହିଲା, “ମୁଁ ରାଜା ହେବି,” ଏଣୁ ସେ ଆପଣା ପାଇଁ ରଥ ଓ ଅଶ୍ୱାରୋହୀଗଣ ଓ ଆପଣା ଆଗେ ଆଗେ ଦୌଡ଼ିବା ପାଇଁ ପଚାଶ ଜଣ ଦେହରକ୍ଷୀକୁ ପ୍ରସ୍ତୁତ କଲେ।


ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।


ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”


ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”


ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି।


ଆହୁରି ସେ କହିଲେ, “ତୁମ୍ଭମାନଙ୍କ ଉପରେ ଯେ ରାଜତ୍ୱ କରିବ, ସେହି ରାଜାର ଏହି ପ୍ରକାର ବିଧି ହେବ; ସେ ତୁମ୍ଭମାନଙ୍କର ପୁତ୍ରଗଣକୁ ନେଇ ଆପଣା ରଥ ନିମନ୍ତେ ଓ ଆପଣାର ଅଶ୍ୱାରୋହୀ ହେବା ନିମନ୍ତେ ନିଯୁକ୍ତ କରିବ ଓ ସେମାନେ ତାହାର ରଥ ଆଗେ ଆଗେ ଦୌଡ଼ିବେ।


ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।


ଏଥିରେ ରାଜା କହିଲେ, “ହେ ଅହୀମେଲକ୍‍, ତୁମ୍ଭେ ଓ ତୁମ୍ଭ ପିତୃଗୃହ ସମସ୍ତେ ନିଶ୍ଚୟ ମରିବ।”


ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।


Swiv nou:

Piblisite


Piblisite