Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଣୁ ରାଜା ଦୋୟେଗ୍‍କୁ କହିଲେ, “ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର।” ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଅଶୀ ଜଣଙ୍କୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଣୁ ରାଜା ଦୋୟେଗ୍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର। ତହିଁରେ ଇଦୋମୀୟ ଦୋୟେଗ୍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା।

Gade chapit la Kopi

ଓଡିଆ ବାଇବେଲ

18 ଏଣୁ ରାଜା ଦୋୟେଗ୍‍କୁ କହିଲେ, ତୁମ୍ଭେ ଫେରି ଏହି ଯାଜକମାନଙ୍କୁ ଆକ୍ରମଣ କର। ତହିଁରେ ଇଦୋମୀୟ ଦୋୟେଗ୍‍ ଫେରି ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହିଦିନ ସେ ଶୁକ୍ଳ ଏଫୋଦ-ପରିଧାନକାରୀ ପଞ୍ଚାଶୀ ଜଣଙ୍କୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ରାଜା ଦୋୟେଗକୁ ଆଦେଶ ଦେଲେ, “ତୁମ୍ଭେ ଯାଅ ଏବଂ ଯାଜକଗଣଙ୍କୁ ବଧକର।” ତେଣୁ ଇଦୋମୀୟ ଦୋୟେଗ ଗଲା ଏବଂ ଯାଜକମାନଙ୍କୁ ଆକ୍ରମଣ କଲା ଓ ସେହି ଦିନ ସେ ଶୁକ୍ଳ ଏଫୋଦ ପରିଧାନ କରିଥିବା ପଞ୍ଚାଅଶୀ ଜଣଙ୍କୁ ହତ୍ୟା କଲା।

Gade chapit la Kopi




1 ଶାମୁୟେଲ 22:18
14 Referans Kwoze  

ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।


କାରଣ ଅମ୍ରିଙ୍କର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍‍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।


ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।


ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।


ତହିଁରେ ସେମାନେ ତାହା ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଜ୍ଞାରେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ତାହାକୁ ପ୍ରସ୍ତରାଘାତ କଲେ।


ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”


ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?


ସେସମୟରେ ଶାମୁୟେଲ ବାଳକ ଶୁକ୍ଳ ଏଫୋଦ ପିନ୍ଧି ସଦାପ୍ରଭୁଙ୍କ ସମ୍ମୁଖରେ ପରିଚର୍ଯ୍ୟା କଲେ।


ଆଉ ହାରୋଣର ପୁତ୍ରଗଣ ନିମନ୍ତେ ଜାମା ଓ କଟିବନ୍ଧନ ପ୍ରସ୍ତୁତ କରିବ, ଆଉ ସେମାନଙ୍କର ଶ୍ରୀ ଓ ସୌନ୍ଦର୍ଯ୍ୟ ନିମନ୍ତେ ଶିରୋଭୂଷଣ କରିବ।


ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।


ହେ ଦୁଷ୍ଟ ଲୋକ, ତୁମ୍ଭେ ଧାର୍ମିକର ବାସସ୍ଥାନ ବିରୁଦ୍ଧରେ ଛକି ବସ ନାହିଁ; ତାହାର ବିଶ୍ରାମ-ସ୍ଥାନ ଲୁଟ କର ନାହିଁ।


Swiv nou:

Piblisite


Piblisite