Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, “ମୁଁ ବିନୟ କରୁଅଛି, ପରମେଶ୍ୱର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପୀକି ଗଲେ; ପୁଣି ସେ ମୋୟାବର ରାଜାକୁ କହିଲେ, ମୁଁ ବିନୟ କରୁଅଛି, ପରମେଶ୍ଵର ମୋʼ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।

Gade chapit la Kopi

ଓଡିଆ ବାଇବେଲ

3 ଏଥିଉତ୍ତାରେ ଦାଉଦ ସେଠାରୁ ମୋୟାବ ଦେଶସ୍ଥ ମିସ୍ପେକୁ ଗଲେ; ପୁଣି, ସେ ମୋୟାବର ରାଜାକୁ କହିଲେ, ମୁଁ ବିନୟ କରୁଅଛି, ପରମେଶ୍ୱର ମୋ’ ପ୍ରତି କଅଣ କରିବେ, ତାହା ମୁଁ ଜାଣିବା ପର୍ଯ୍ୟନ୍ତ ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ଆସି ରହିବାକୁ ଦିଅ।

Gade chapit la Kopi

ପବିତ୍ର ବାଇବଲ

3 ଦାଉଦ ଅଦୁଲ୍ଲମ ଛାଡ଼ି ମୋୟାବ ଦେଶର ମି‌ସ୍‌ପୀକୁ ଗଲେ। ଦାଉଦ ମୋୟାବର ରାଜାଙ୍କୁ କହିଲେ, “ମୁଁ ଆପଣଙ୍କୁ ଅନୁରୋଧ କରି କହୁଅଛି, ମୋର ପିତାମାତାଙ୍କୁ ତୁମ୍ଭମାନଙ୍କ ମଧ୍ୟରେ ରହିବାକୁ ଦିଅ। ପରମେଶ୍ୱର ମୋ’ ଉପରେ କ’ଣ କରିବେ ମୋର ଜାଣିବା ପର୍ଯ୍ୟନ୍ତ ସେମାନଙ୍କୁ ଏଠାରେ ରହିବାକୁ ଦିଅ।”

Gade chapit la Kopi




1 ଶାମୁୟେଲ 22:3
15 Referans Kwoze  

କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।


ଶାଉଲ ଇସ୍ରାଏଲର ରାଜତ୍ୱ ଗ୍ରହଣ କଲା ଉତ୍ତାରେ, ସେ ଆପଣା ଚତୁର୍ଦ୍ଦିଗସ୍ଥିତ ସମସ୍ତ ଶତ୍ରୁ ସହିତ, ଅର୍ଥାତ୍‍, ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ଇଦୋମ ଓ ସୋବାର ରାଜାଗଣ ଓ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ, ଆଉ ସେ ଯେଉଁଆଡ଼େ ଫେରିଲେ, ସେଆଡ଼େ ଦଣ୍ଡ ଦେଲେ।


ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”


“ଏଉତ୍ତାରୁ ନୟମୀର ଏକ ପୁତ୍ର ଜନ୍ମିଅଛି,” ଏହି କଥା କହି ପ୍ରତିବାସିନୀ ସ୍ତ୍ରୀମାନେ ତାହାର ନାମକରଣ କଲେ; ସେମାନେ ତାହାର ନାମ ଓବେଦ୍‍ (ସେବକ) ରଖିଲେ। ସେ ଦାଉଦର ପିତାମହ ଯିଶୀର ପିତାମହ।


ଆହୁରି ନିଜ ଭ୍ରାତୃଗଣ ମଧ୍ୟରୁ ଓ ନିଜ ବସତି ସ୍ଥାନର ଦ୍ୱାରରୁ ସେହି ମୃତ ବ୍ୟକ୍ତିର ନାମ ଯେପରି ଲୋପ ନୋହିବ, ଏଥିପାଇଁ ସେହି ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ପାଇଁ ମୁଁ ମହଲୋନର ସ୍ତ୍ରୀ ମୋୟାବ ଦେଶୀୟା ରୂତକୁ ନିଜ ସ୍ତ୍ରୀ ରୂପେ ଲାଭ କଲି ଆଜି ତୁମ୍ଭେମାନେ ଏ ବିଷୟର ସାକ୍ଷୀ ହେଲ।”


ତହିଁରେ ସଦାପ୍ରଭୁଙ୍କ ଆତ୍ମା ଯିପ୍ତହଙ୍କ ଉପରେ ଅଧିଷ୍ଠାନ କରନ୍ତେ, ସେ ଗିଲୀୟଦ ଓ ମନଃଶି ପ୍ରଦେଶ ଦେଇ ଗିଲୀୟଦସ୍ଥିତ ମିସ୍ପେକୁ ଗଲେ ଓ ଗିଲୀୟଦସ୍ଥିତ ମିସ୍ପେରୁ ଅମ୍ମୋନ-ସନ୍ତାନଗଣ ନିକଟକୁ ଗଲେ।


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍‍, ରାମିଷେଷ୍‍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।


ଆଉ ପ୍ରତ୍ୟେକ କ୍ଳିଷ୍ଟ ଓ ପ୍ରତ୍ୟେକ ଋଣଗ୍ରସ୍ତ ଓ ପ୍ରତ୍ୟେକ ତିକ୍ତମନା ଲୋକ ତାଙ୍କ ନିକଟରେ ଏକତ୍ର ହେଲେ; ତହିଁରେ ସେ ସେମାନଙ୍କର ସେନାପତି ହେଲେ; ଏହିରୂପେ ଊଣାଧିକ ଚାରି ଶହ ଲୋକ ତାଙ୍କର ସଙ୍ଗୀ ହେଲେ।


ତହୁଁ ସେ ସେମାନଙ୍କୁ ମୋୟାବ-ରାଜାର ସାକ୍ଷାତକୁ ଆଣିଲେ ତହିଁରେ ଦାଉଦ ଦୁର୍ଗମ ସ୍ଥାନରେ ରହିବା ସମୟଯାକ ସେମାନେ ସେହି ରାଜା ସହିତ ବାସ କଲେ।


ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।


Swiv nou:

Piblisite


Piblisite