Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 22:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?

Gade chapit la Kopi

ଓଡିଆ ବାଇବେଲ

8 ଏଥିପାଇଁ କ’ଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋ’ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ ?

Gade chapit la Kopi

ପବିତ୍ର ବାଇବଲ

8 ଏଥିପାଇଁ ତୁମ୍ଭେ କ’ଣ ସମସ୍ତେ ମୋର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି କହିଲ ନାହିଁ ଯେତେବେଳେ ମୋର ପୁତ୍ର ଯିଶୀର ପୁତ୍ର ସହିତ ନିୟମ କଲା, ତୁମ୍ଭମାନଙ୍କ ମଧ୍ୟରୁ କେହି ମୋ’ କଥା ଚିନ୍ତା କଲ ନାହିଁ। ଯେତେବେଳେ ମୋର ପୁତ୍ର ଦାଉଦକୁ ଓ ସେବକମାନଙ୍କୁ ମୋ’ ବିରୁଦ୍ଧରେ ଉତ୍ତେଜିତ କଲା ମୋ’ ବିରୁଦ୍ଧରେ କାର୍ଯ୍ୟ କରିବା ପାଇଁ ଏବଂ ଲୁଚି କରି ମୋତେ ଆକ୍ରମଣ କରିବା ପାଇଁ।”

Gade chapit la Kopi




1 ଶାମୁୟେଲ 22:8
12 Referans Kwoze  

ଆଉ ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏକ ନିୟମ କଲେ।


ତହୁଁ ଶାଉଲ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଆଶୀର୍ବାଦର ପାତ୍ର; କାରଣ ତୁମ୍ଭେମାନେ ମୋʼ ପ୍ରତି କୃପା କଲ।


ସେ ମନୁଷ୍ୟମାନଙ୍କର କର୍ଣ୍ଣ ମୁକ୍ତ କରନ୍ତି ଓ ସେମାନଙ୍କର ଶିକ୍ଷା ମୋହରାଙ୍କିତ କରନ୍ତି,


ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, “କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋʼ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ।” ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।


ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇଯିବ?”


ତହୁଁ ସେ ତାଙ୍କୁ କହିଲା; “ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋʼ ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ।”


ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”


ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।


ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”


Swiv nou:

Piblisite


Piblisite