Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 25:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ବିନୟ କରୁଅଛି, ମୋହର ପ୍ରଭୋ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ବିନୟ କରୁଅଛି, ମୋହର ପ୍ରଭୋ, ସେହି ପାପାଧମ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ (ମୂଢ଼) ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।

Gade chapit la Kopi

ଓଡିଆ ବାଇବେଲ

25 ବିନୟ କରୁଅଛି, ମୋହର ପ୍ରଭୁ, ସେହି ଦୁଷ୍ଟ ମନୁଷ୍ୟ ନାବଲକୁ ମନରେ ନ କରନ୍ତୁ; କାରଣ ତାହାର ନାମ ଯେପରି, ସେ ସେପରି; ତାହାର ନାମ ନାବଲ ଓ ମୂଢ଼ତା ତାହାଠାରେ ଅଛି; ମାତ୍ର ଆପଣଙ୍କ ଏହି ଦାସୀ ମୋହର ପ୍ରଭୁଙ୍କ ପ୍ରେରିତ ଯୁବାମାନଙ୍କୁ ଦେଖି ନାହିଁ।

Gade chapit la Kopi

ପବିତ୍ର ବାଇବଲ

25 ତୁମ୍ଭେ ପଠାଇଥିବା ଲୋକମାନଙ୍କୁ ମୁଁ ଆଦୌ ଦେଖି ନାହିଁ। ସେପରି ଅଜ୍ଞାନ ବ୍ୟକ୍ତିର କଥାକୁ ଧର ନାହିଁ। ସେ ତା'ର ନାମକୁ ସାର୍ଥକ କରିଛି। ତା'ର ନାମ ନାବଲ ଯାହାର ଅର୍ଥ ‘ମୂର୍ଖ’ ଠିକ୍ ସେହିପରି ସେ ମୂର୍ଖମାନଙ୍କ ପରି ବ୍ୟବହାର କରିଛି।

Gade chapit la Kopi




1 ଶାମୁୟେଲ 25:25
9 Referans Kwoze  

ଏହେତୁ ଏବେ ତୁମ୍ଭର କି କର୍ତ୍ତବ୍ୟ, ଏହା ବିବେଚନା କରି ବୁଝ; କାରଣ ଆମ୍ଭମାନଙ୍କ କର୍ତ୍ତା ଓ ତାଙ୍କର ସମସ୍ତ ଗୃହ ପ୍ରତିକୂଳରେ ଅମଙ୍ଗଳ ସ୍ଥିର ହୋଇଅଛି; ମାତ୍ର ସେ ଏପରି ଦୁଷ୍ଟ ଲୋକ ଯେ, ତାଙ୍କୁ କେହି କିଛି କହି ନ ପାରେ।”


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।


ଏହେତୁ ସମସ୍ତ ରାଜପୁତ୍ର ମରିଅଛନ୍ତି ବୋଲି ମୋହର ପ୍ରଭୁ ମହାରାଜ ମନରେ ନ ଘେନନ୍ତୁ; କାରଣ କେବଳ ଅମ୍ନୋନ ମରିଅଛି।”


ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।


ହେ ମୋହର ପ୍ରଭୋ, ସଦାପ୍ରଭୁ ତ ଆପଣଙ୍କୁ ରକ୍ତପାତ ଦୋଷରୁ ଓ ଆପଣଙ୍କ ନିଜ ହସ୍ତରେ ଆତ୍ମ-ପ୍ରତିକାର କରିବାରୁ ବାରଣ କଲେ, ଏହେତୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣ ଜୀବିତ ଥିବା ପ୍ରମାଣେ ଆପଣଙ୍କ ଶତ୍ରୁମାନେ ଓ ମୋର ପ୍ରଭୁଙ୍କ ଅମଙ୍ଗଳ ଅନ୍ୱେଷଣକାରୀମାନେ ନାବଲ ପରି ହେଉନ୍ତୁ।


ପୁଣି, ତାଙ୍କ ଚରଣରେ ପଡ଼ି କହିଲା, “ହେ ମୋହର ପ୍ରଭୋ, ମୋʼ ଉପରେ, ମୋହର ଉପରେ ହିଁ ସେହି ଅପରାଧ ବର୍ତ୍ତୁ; ଆପଣା ଦାସୀକୁ ଆପଣଙ୍କ କର୍ଣ୍ଣଗୋଚରରେ କହିବାକୁ ଦେଉନ୍ତୁ ଓ ଆପଣା ଦାସୀର କଥା ଆପଣ ଶୁଣନ୍ତୁ।


ମୂଢ଼ ଲୋକ ମହାତ୍ମା ବୋଲି ଓ ଖଳ ଲୋକ ଉଦାର ବୋଲି ଆଉ ବିଖ୍ୟାତ ହେବ ନାହିଁ।


ସେହି ମନୁଷ୍ୟର ନାମ ନାବଲ ଓ ତାହାର ଭାର୍ଯ୍ୟାର ନାମ ଅବୀଗଲ; ସେହି ସ୍ତ୍ରୀ ବୁଦ୍ଧିମତୀ ଓ ରୂପବତୀ; ମାତ୍ର ସେହି ପୁରୁଷ କଟୁଭାଷୀ ଓ କୁକର୍ମକାରୀ ଓ ସେ କାଲେବ ବଂଶଜ ଥିଲା।


ଧାର୍ମିକ ଲୋକ ଦୀନହୀନମାନଙ୍କ ଗୁହାରି ବିଷୟରେ ବିଜ୍ଞ; ମାତ୍ର ତାହା ଜାଣିବା ପାଇଁ ଦୁଷ୍ଟ ଲୋକର ବୁଦ୍ଧି ନାହିଁ।


Swiv nou:

Piblisite


Piblisite