Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।

Gade chapit la Kopi

ଓଡିଆ ବାଇବେଲ

11 ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋ’ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ଆମ୍ଭେମାନେ ଯିବା।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ମୁଁ ପ୍ରାର୍ଥନା କରୁଛି, ସଦାପ୍ରଭୁ ମୋତେ ତାଙ୍କଦ୍ୱାରା ବଛା ଯାଇଥିବା ରାଜାଙ୍କୁ ଆଘାତ କରିବାକୁ ନ ଦିଅନ୍ତୁ। କିନ୍ତୁ ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇ ଆସ, ତା'ପରେ ଆମ୍ଭେମାନେ ଯିବା।”

Gade chapit la Kopi




1 ଶାମୁୟେଲ 26:11
11 Referans Kwoze  

ଏଣୁ ସେ ଆପଣା ଲୋକମାନଙ୍କୁ କହିଲେ, “ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତ ମୋର ପ୍ରଭୁଙ୍କ ପ୍ରତିକୂଳରେ ହାତ ଉଠାଇବି, ସଦାପ୍ରଭୁ ଏହା କରିବାକୁ ମୋତେ ନ ଦେଉନ୍ତୁ; କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।”


ସଦାପ୍ରଭୁ ମୋହର ଓ ଆପଣଙ୍କ ମଧ୍ୟରେ ବିଚାର କରନ୍ତୁ ଓ ସଦାପ୍ରଭୁ ଆପଣଙ୍କଠାରୁ ମୋହର ପରିଶୋଧ ନେଉନ୍ତୁ; ମାତ୍ର ମୋହର ହସ୍ତ ଆପଣଙ୍କ ପ୍ରତିକୂଳ ହେବ ନାହିଁ।


ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”


ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”


ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;


ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


ଏଥିରେ ଦାଉଦଙ୍କର ଲୋକମାନେ ତାଙ୍କୁ କହିଲେ, “ଯେଉଁ ଦିନ ବିଷୟରେ ସଦାପ୍ରଭୁ ତୁମ୍ଭକୁ କହିଥିଲେ, ଦେଖ, ‘ଆମ୍ଭେ ତୁମ୍ଭ ଶତ୍ରୁକୁ ତୁମ୍ଭ ହସ୍ତରେ ଦେବା, ତହିଁରେ ତୁମ୍ଭକୁ ଯେପରି ଭଲ ଦିଶିବ, ସେପରି ତୁମ୍ଭେ ତାହା ପ୍ରତି କରିବ, ସେଦିନ ଏହି ଦେଖ।’” ତହୁଁ ଦାଉଦ ଉଠି ଗୋପନରେ ଶାଉଲଙ୍କର ଚୋଗାଧଡ଼ି କାଟି ନେଲେ।


ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”


ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?”


ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।


Swiv nou:

Piblisite


Piblisite