Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 26:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋʼ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

24 ଏହେତୁ ଦେଖନ୍ତୁ, ଆଜି ଯେପରି ମୋ’ ଦୃଷ୍ଟିରେ ଆପଣଙ୍କ ପ୍ରାଣ ବଡ଼ ହେଲା, ସେପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋହର ପ୍ରାଣ ବଡ଼ ହେଉ ଓ ସେ ମୋତେ ସମସ୍ତ କ୍ଳେଶରୁ ଉଦ୍ଧାର କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ

24 ଆଜି ମୁଁ ଦେଖାଇ ଦେଲି ଯେ ମୋର ଦୃଷ୍ଟିରେ ତୁମ୍ଭର ପ୍ରାଣ ମହାନ, ସେହିପରି ସଦାପ୍ରଭୁଙ୍କ ଦୃଷ୍ଟିରେ ମୋର ପ୍ରାଣ ମହତ୍ତ୍ୱପୂର୍ଣ୍ଣ ବୋଲି ସେ ଦେଖାଇ ଦେବେ। ସଦାପ୍ରଭୁ ମୋତେ ସମସ୍ତ ଦୁଃଖରୁ ଉଦ୍ଧାର କରନ୍ତୁ।”

Gade chapit la Kopi




1 ଶାମୁୟେଲ 26:24
17 Referans Kwoze  

ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।


ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି।


ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋʼ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି।


ସେ ମୋʼ ଶତ୍ରୁଗଣଠାରୁ ମୋତେ ରକ୍ଷା କରନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ଉଦ୍ଧାର କରୁଅଛ।


ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;


ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ।


ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍‌ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”


ଏଥିଉତ୍ତାରେ ପଲେଷ୍ଟୀୟ ଅଧିପତିମାନେ ବାହାରିବାକୁ ଲାଗିଲେ; ପୁଣି, ସେମାନେ ଯେତେ ଥର ବାହାରିଲେ, ସେତେଥର ଦାଉଦ ଶାଉଲଙ୍କର ସମସ୍ତ ଦାସ ଅପେକ୍ଷା ଅଧିକ ବୁଦ୍ଧିର କାର୍ଯ୍ୟ କଲେ; ଏଣୁ ତାଙ୍କର ନାମ ଅତିଶୟ ମାନ୍ୟ ହେଲା।


ଦାଉଦ ଶାଉଲଙ୍କୁ ଏହିସବୁ କଥା କହିସାରିଲା ଉତ୍ତାରେ ଶାଉଲ କହିଲେ, “ଆମ୍ଭର ପୁତ୍ର ଦାଉଦ, ଏ କʼଣ ତୁମ୍ଭର ରବ?” ତହୁଁ ଶାଉଲ ରବ ଉଠାଇ ରୋଦନ କଲେ।


ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,


ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି; ତହିଁ ମଧ୍ୟରୁ ଖଣ୍ଡେ ହେଲେ ଭଗ୍ନ ହୁଏ ନାହିଁ।


Swiv nou:

Piblisite


Piblisite